Latest Odisha News

ସରକାରୀ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି

ଭୁବନେଶ୍ବର : ରାଜ୍ୟ ସରକରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ୦୧.୦୭.୨୦୨୧ରୁ ପିଛିଲା ଭାବରେ ଲାଗୁ ହେବ । ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନ ଭୋଗୀଙ୍କ ଟି.ଆଇରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି କରାଯାଇଛି ।

ଏହାଦ୍ବାରା ରାଜ୍ୟର ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ତଥା ପେନ୍‌ସନ ଭୋଗୀ ଉପକୃତ ହେବେ । ଏହାସହିତ ସପ୍ତମ ବେତନ କମିଶନ ବାବଦ ୩୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ ଯେ କର୍ମଚାରୀମାନେ ସପ୍ତମ ବେତନ କମିସନ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ବର୍ଦ୍ଧିତ ଦରମାର ୫୦ ପ୍ରତିଶତ ପାଇସାରିଛନ୍ତି । ଏହାଦ୍ବାରା ରାଜ୍ୟର ୪ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ ।

Comments are closed.