Latest Odisha News

BREAKING NEWS

ତୃତୀୟ ପର୍ଯ୍ୟାୟରେ ଆଉ ୧୦ଟି ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ତୃତୀୟ ପର୍ଯ୍ୟାୟରେ ଆଉ ୧୦ଟି ବିଦ୍ୟାଳୟର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ସ୍କୁଲର ଲୋକାର୍ପଣ କରିଛନ୍ତି । ସମସ୍ତ ବିଦ୍ୟାଳୟକୁ ପର୍ଯ୍ୟାୟକ୍ରମେ ଉଦଘାଟନ କରାଯାଉଥିବା ବେଳେ, ଆଜି ଆଉ ୧୦ଟି ବିଦ୍ୟାଳୟ ଲୋକାର୍ପିତ ହୋଇଛି । ଏହି ଅବସରରେ ସମସ୍ତ ସ୍କୁଲ ଛାତ୍ରଛାତ୍ରୀଙ୍କ ସହ ଭିଡିଓ କନଫରେନ୍ସିଂ ମାଧ୍ୟମରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ।

ସ୍ୱପ୍ନ ଓ ସମ୍ଭାବନା ହେଉଛି ଛାତ୍ର ଜୀବନର ପରିଚୟ । ତୁମେମାନେ ବଡ ବଡ ସ୍ୱପ୍ନ ଦେଖ । ନିଜ ଭିତରେ ଥିବା ବିପୁଳ ପ୍ରତିଭାକୁ ଉପଯୋଗ କରି ସ୍ୱପ୍ନକୁ ସାକାର କର । ସଫଳତା ଆମ ସମାଜର ଗୌରବ । ବିଦ୍ୟାଳୟର ଗୌରବ । ପରିବାରର ଗୌରବ । ତେଣୁ ତୁମ ଜୀବନର ଲକ୍ଷ୍ୟ ପୂରଣ ହେବା ପର୍ଯ୍ୟନ୍ତ ପରିଶ୍ରମ ଜାରି ରଖ । ଲୋକାର୍ପଣ ଅବସରରେ ଛାତ୍ରଛାତ୍ରୀଙ୍କୁ ଏଭଳି ଉଦବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଛାତ୍ର ଜୀବନ ହେଉଛି ସବୁଠାରୁ ମୂଲ୍ୟବାନ ସମୟ । ତେଣୁ ଏହି ସମୟର ସଦୁପଯୋଗ କରି ନିଜ ପ୍ରତିଭାର ବିକାଶ ପାଇଁ ପିଲାମାନେ ଉଦ୍ୟମ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ । 5T କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରି ଏହାର ପ୍ରତ୍ୟେକ ନୀତିର ପ୍ରୟୋଗରେ କିପରି ବିଦ୍ୟାଳୟ ରୂପାନ୍ତରଣ କରାଯାଇଛି, ସେ ସଂପର୍କରେ ମୁଖ୍ୟମନ୍ତ୍ରୀ ବୁଝାଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟରେ ପ୍ରତିଫଳିତ ହେବ । ଓଡିଶାର ସବୁ ସ୍କୁଲରେ ଆସିବ ରୂପାନ୍ତରଣ । କାର୍ଯ୍ୟକ୍ରମରେ ମନ୍ତ୍ରୀ, ବିଧାୟକଙ୍କ ସହ ଛାତ୍ରଛାତ୍ରୀ, ଶିକ୍ଷୟକ ଶିକ୍ଷୟିତ୍ରୀ ଓ ଅଭିଭାବକ ସାମିଲ ହୋଇଥିଲେ ।

Leave A Reply

Your email address will not be published.