Latest Odisha News

BREAKING NEWS

ଜଗତସିଂହପୁରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ବଣ୍ଟାଗଲା ସ୍ମାର୍ଟ ହେଲଥ କାର୍ଡ

ଭୁବନେଶ୍ବର : ଜଗତସିଂହପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଭିଡିଓ କନଫରେନ୍ସ ଜରିଆରେ ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଏସକେଓ୍ବାଇ ଯୋଜନାରେ ଜଗତସିଂହପୁରର ପ୍ରାୟ ୯ ଲକ୍ଷ ଲୋକ ଉପକୃତ ହେବେ ।

ଜଗତସିଂହପୁର ଜିଲ୍ଲା ପାଇଁ ୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ପିଇବା ପାଣି ଉପରେ ରାଜ୍ୟ ସରକାରଙ୍କ ସର୍ବାଧିକ ଗୁରୁତ୍ବ ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଜଗତସିଂହପୁର ଓ ପାରାଦୀପ ସହରର ସବୁ ପରିବାରକୁ ପାଇପ ପାଣିର ସୁବିଧା ଯୋଗାଇ ଦିଆଯାଇଛି । ଜିଲ୍ଲାର ଗ୍ରାମାଞ୍ଚଳରେ ପାଇପ ପାଣିର ସୁବିଧା ପାଇଁ ଏକ ବୃହତ ପାଇପ ପାଣି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ । ଜଗତସିଂହପୁର ଜିଲ୍ଲା ରାଜ୍ୟର ଏକ ଆଗୁଆ ଜିଲ୍ଲା ଏବଂ ଏହା କୃଷି, ଶିଳ୍ପ ସବୁ କ୍ଷେତ୍ରରେ ଉନ୍ନତ । ଅନେକ ସରକାରୀ ଯୋଜନା ଏଠାରେ ସଫଳ ଭାବରେ କାର୍ଯ୍ୟକାରୀ ହେଉଛି ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ । ସେହିପରି ମିଶନ ଶକ୍ତି ଓ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଜିଲ୍ଲାରେ ବହୁତ ଭଲ କାମ ହେଉଛି ବୋଲି ସେ କହିଛନ୍ତି ।

ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ ବିଏସକେଓ୍ବାଇ ସ୍ମାର୍ଟ କାର୍ଡରେ ସେବା ପ୍ରଦାନ ଆରମ୍ଭ ହୋଇଛି । ସେହି ଦିନ ଠାରୁ ରାଜ୍ୟର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି । ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ୩ କୋଟି ଲୋକ ଉପକୃତ ହେବେ । ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଏହାସହ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ ବାଲି ବକ୍ତବ୍ୟରେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.