Latest Odisha News

BREAKING NEWS

ବଲାଙ୍ଗୀର ବିକାଶରେ ଯୋଡି ହେଲା ନୂଆ ଫର୍ଦ୍ଦ: ଲୋକାର୍ପିତ ହେଲା ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ

ବଲାଙ୍ଗୀର: ବଲାଙ୍ଗୀର ବିକାଶରେ ଯୋଡି ହେଲା ନୂଆ ଫର୍ଦ୍ଦ । ଲୋକାର୍ପିତ ହେଲା ବହୁପ୍ରତୀକ୍ଷିତ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋୟର ସୁକତେଲ ପ୍ରକଳ୍ପର ଉଦଘାଟନ କରିବା ସହ ୩୦୫ କୋଟି ଟଙ୍କାରେ ୬୯ଟି ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଓ ୨ ହଜାର ୨୨୦ କୋଟି ଟଙ୍କାର ୧୧୨ଟି ଭିତ୍ତିଭୂମି ପ୍ରକଳ୍ପର ଭିତ୍ତିସ୍ଥାପନ କରିଛନ୍ତି।

ଏଥିସହିତ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନୂଆବର୍ଷର ଶୁଭେଚ୍ଛା ଜଣାଇଛନ୍ତି। ଲୋକଙ୍କ ଉତ୍ସସିତ ଧ୍ବନି, କରତାଳି ଓ ହୁଳହୁଳି ମଧ୍ୟରେ ମୁଖ୍ୟମନ୍ତ୍ରୀ ଆଜି ବଲାଙ୍ଗୀରରେ ଲୋୟର ସୁକତେଳ ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲୋୟର ସୁକତେଲ ପ୍ରକଳ୍ପ ଦ୍ବାରା ବଲାଙ୍ଗୀରର ଚାଷୀଭାଇ ମାନଙ୍କର ଜଳ କଷ୍ଟ ଦୂର ହେଲା । ସୁକତେଲ ପ୍ରକଳ୍ପ ବଲାଙ୍ଗୀରର ଜଳସେଚନ କ୍ଷେତ୍ରରେ, କୃଷି କ୍ଷେତ୍ରରେ ରୂପାନ୍ତର ଆଣିବ ବୋଲି ସେ ମତ ଦେବା ସହିତ କହିଥିଲେ ଯେ ଚାଷୀର ବିକାଶରେ ରାଜ୍ୟର ବିକାଶ। ବଲାଙ୍ଗୀର ଜିଲ୍ଲାର ବିକାଶରେ  ଏହି ପ୍ରକଳ୍ପ  ନୂଆ ଯୁଗ ଆଣିବ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ ।

ବିସ୍ଥାପିତ ଗାଁର ଲୋକମାନଙ୍କ ତ୍ୟାଗକୁ ମନେ ପକାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଏହି ପ୍ରକଳ୍ପ ପାଇଁ ୨୯ଟି ଗାଁର ଲୋକମାନେ ବହୁତ ବଡ ତ୍ୟାଗ କରିଛନ୍ତି। ସେମାନଙ୍କ ତ୍ୟାଗକୁ ମୁଁ ସମ୍ମାନ ଜଣାଉଛି। ବଲାଙ୍ଗୀର ବିକାଶ ପାଇଁ ସେମାନଙ୍କ ତ୍ୟାଗ ସବୁଦିନ ମନେ ରହିବ। ଆଜି ମଧ୍ୟ ବଲାଙ୍ଗୀର ଜିଲ୍ଲାର ବିକାଶ ପାଇଁ ଅନେକ କାମ ଆରମ୍ଭ ହେଲା । ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି, ପର୍ଯ୍ୟଟନର ଉନ୍ନତି, ଯୋଗାଯୋଗ ଉନ୍ନତି, କ୍ରୀଡାର ଉନ୍ନତି ସହିତ heritageର ବିକାଶ ଓ ସୁରକ୍ଷା ପାଇଁ ଅନେକ ପ୍ରକଳ୍ପ ଆରମ୍ଭ ହେଲା ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ, ଏହି ପ୍ରକଳ୍ପ ରାଜ୍ୟର ନବମ ସର୍ବବୃହତ ବନ୍ଧ । ଏହାର ଉଚ୍ଚତା ୩୧ ମିଟର। ଏହାଦ୍ବାରା ବଲାଙ୍ଗୀର ଓ ସୋନପୁର  ଦୁଇ ଜିଲ୍ଲାର ୨୦୩ଟି ଗାଁ ର ଏକ ଲକ୍ଷ ଏକର ଜମିକୁ ପାଣି ମିଳିବ।   ୮୦ହଜାର ରୁ ଅଧିକ ଚାଷୀ ଉପକାର ପାଇବେ । ଜିଲ୍ଲାର ୭୦ହଜାର ରୁ ଅଧିକ ଲୋକ ପିଇବା ପାଣି ସୁବିଧା ମଧ୍ୟ ପାଇବେ |

Leave A Reply

Your email address will not be published.