Latest Odisha News

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ୩୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତଙ୍କ ଜନ୍ମ ତିଥି ଅବସରରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗସ୍ତ ଅବସରରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ୪ଟି ନବନିର୍ମିତ ସୌଧର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀ ୩୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବା ସହ ବିଶ୍ୱବିଦ୍ୟାଳୟ ପରିସରରେ ଦୁଇଟି ପ୍ରଶାସନିକ ଭବନ, କୁନ୍ତଳା କୁମାରୀ ସାବତ ସ୍ମାରକୀ ବିଶ୍ବସ୍ତରୀୟ ଗ୍ରନ୍ଥାଗାର ଓ ଗବେଷଣାରତ ଛାତ୍ରଛାତ୍ରୀଙ୍କ ପାଇଁ ଅନ୍ବେଷା ଛାତ୍ରୀ ନିବାସର ଲୋକାର୍ପଣ କରିଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ରମାଦେବୀ ବିଶ୍ବବିଦ୍ୟାଳୟ ପାଇଁ ୧୮ କୋଟି ଟଙ୍କାର ପ୍ରକଳ୍ପ ମଧ୍ୟ ଘୋଷଣା କରିଛନ୍ତି । ବିଶ୍ୱବିଦ୍ୟାଳୟରେ ଥିବା ସମସ୍ତ ବିଲ୍ଡିଂ, ଛାତ୍ରୀ ନିବାସ ଓ ଏକାଡେମିକ ବ୍ଲକର ନବୀକରଣ ଲାଗି ଏହି ପ୍ୟାକେଜ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ, କରୋନା ପରିସ୍ଥିତି ପରେ ପ୍ରଥମ ଥର ପାଇଁ ମୁଁ ଛାତ୍ରଛାତ୍ରୀଙ୍କୁ ଭେଟୁଛି । ପିଲାମାନଙ୍କୁ ବ୍ୟକ୍ତିଗତ ଭାବେ ଭେଟି ମୁଁ ଅତ୍ୟନ୍ତ ଖୁସି ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗ ଦେଇଥିଲେ ।

Leave A Reply

Your email address will not be published.