Latest Odisha News

BREAKING NEWS

ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ରାଜ୍ୟର ଆଉ ତିନି ଜିଲ୍ଲାରେ ଆରମ୍ଭ ହୋଇଛି ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା । ଦ୍ୱାଦଶ ଦିନରେ ସୁନ୍ଦରଗଡ, ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ଐତିହାସିକ ଯୋଜନାରେ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ସୁନ୍ଦରଗଡ ଜିଲ୍ଲାର ୬ଟି ନିର୍ବାଚନମଣ୍ଡଳୀ ପାଇଁ  ୧୩୯.୫୦  କୋଟି  ଟଙ୍କା ମଞ୍ଜୁର ହୋଇଛି । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଉଛି ସୁନ୍ଦରଗଡ, ତଳସରା, ବିରମିତ୍ରପୁର, ରଘୁନାଥପାଲି, ରାଜଗାଙ୍ଗପୁର ଓ ବଣେଇ। ପ୍ରତି ପଞ୍ଚାୟତ ୫୦ ଲକ୍ଷ ଟଙ୍କା ଲେଖାଏଁ  ପାଇବେ ।

ସେହିପରି ଢେଙ୍କାନାଳ ଜିଲ୍ଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ  ୧୦୬ କୋଟି ଟଙ୍କା  ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା ଢେଙ୍କାନାଳ, କାମାକ୍ଷାନଗର, ପରଜଙ୍ଗ, ହିନ୍ଦୋଳ। ଅନ୍ୟପଟେ ବୌଦ୍ଧ ଜିଲ୍ଲାର କଣ୍ଟାମାଳ, ବୌଦ୍ଧ  ନିର୍ବାଚନ ମଣ୍ଡଳୀକୁ ୩୪.୫୦ କୋଟି ଟଙ୍କା ମିଳିଛି  । ଏ । ଏହିସବୁ ନିର୍ବାଚନମଣ୍ଡଳୀର ୩ଟି ବ୍ଲକ୍‌‌ର   ୬୯ ଟି  ଗ୍ରାମ ପଞ୍ଚାୟତରେ ୧୧୫୯ଟି ପ୍ରକଳ୍ପ ହେବ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଂସ୍କୃତିର ପ୍ରସାର ଓ ଆଧୁନିକ ଭିତ୍ତିଭୂମିର ଉନ୍ନତି ଆମର ଗାଁ ଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ।  ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଗାଁ ଗାଁରେ ଆଧୁନିକ ଓଡିଶାର ଭିତ୍ତି ସ୍ଥାପନ କରିବ। ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ବିକାଶର ଗ୍ୟାରେଣ୍ଟି ମିଳିବ  । ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବା ସହ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ। କାର୍ଯ୍ୟକ୍ରମରେ ୩ଟି ଜିଲ୍ଲାର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.