Latest Odisha News

BREAKING NEWS

ମାଣିକେଶ୍ୱରୀ ପୀଠ ବିକାଶ କାମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଥୁଆମୂଳ ରାମପୁର ମାଣିକେଶ୍ୱରୀ ପୀଠର ବିକାଶ କାମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର ଥୁଆମୂଳ-ରାମପୁର ମା ମାଣିକେଶ୍ବରୀ ପୀଠର ବିକାଶ କାମର ଶିଳାନ୍ୟାସ କରିଛନ୍ତି ।

ଏଥିରେ ଦୁଇ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମା ମାଣିକେଶ୍ବରୀଙ୍କୁ ଲକ୍ଷ ଲକ୍ଷ ଲୋକଙ୍କର ଆସ୍ଥା ଓ ବିଶ୍ବାସର ପ୍ରତୀକ ଭାବରେ ବର୍ଣ୍ଣନା କରିବା ସହିତ ଏହି ଉଦ୍ୟମ ଦ୍ବାରା ମାଙ୍କ ପୀଠର ମହିମା ଆହୁରି ବୃଦ୍ଧି କରିବା ସହ ପର୍ୟ୍ୟଟନର ମଧ୍ୟ ବିକାଶ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା ମାଣେକେଶ୍ବରୀଙ୍କ ଆଶୀର୍ବାଦ ଆମ ସମସ୍ତଙ୍କ ଉପରେ ରହିଛି ଏବଂ ମାଙ୍କ ଆଶୀର୍ବାଦ ଓ କଳାହାଣ୍ଡିବାସୀଙ୍କର ଉଦ୍ୟମ ଆଜି କଳାହାଣ୍ଡିରେ ରୂପାନ୍ତର ଆଣିଛି । କଳାହାଣ୍ଡି ଆଜି ବିକାଶର ନୂଆ ପରିଚୟ ନେଇ ଆଗକୁ ବଢୁଛି । ଏହି ବିକାଶରେ କଳାହାଣ୍ଡିର ପ୍ରତି ପରିବାର ଓ ପ୍ରତି ଲୋକ ସିଏ ଚାଷୀ ହେଉ ବା ଶ୍ରମିକ, ଯୁବ ସମାଜ, ସାଧାରଣ ଜନତା ବା ମହିଳା – ସମସ୍ତଙ୍କର ଅବଦାନରେ କଳାହାଣ୍ଡି ଆଗେଇ ଚାଲିଛି ।

କଳାହାଣ୍ଡିର ଚାଷୀ ଆଜି ସାରା ଦେଶକୁ ଖାଦ୍ୟ ଯୋଗାଉଛି । କଳାହାଣ୍ଡି କପାର ଚାହିଦା ବଢିଛି । ଶିଳ୍ପ ନୂଆ ସୁଯୋଗ ଆଣିଛି । ଭିତ୍ତିଭୂମି ମଜବୁତ ହୋଇଛି । କଳାହାଣ୍ଡି ୟୁନିଭରସିଟି, ସରକାରୀ ମେଡିକାଲ କଲେଜ, ସରକାରୀ ଇଂଜିନିୟରିଂ କଲେଜ ଆଜ କଳାହାଣ୍ଡି ଯୁବସମାଜ ପାଇଁ ନୂଆ ପରିଚୟ ଆଣିଛି । ବିଜୁଳି ଯୋଗାଣରେ ମଧ୍ୟ ଉନ୍ନତି ଆସିଛି ।

କଳାହାଣ୍ଡିକୁ ସେ ସ୍ବତନ୍ତ୍ର ଗୁରୁତ୍ବ ଦେଇଆସିଛନ୍ତି ଏବଂ ଚଳିତ ବର୍ଷ ଦୁଇ ଦୁଇ ଥର କଳାହାଣ୍ଡି ଯାଇ ବିକାଶ ଓ କଲ୍ୟାଣ କାମ ଆରମ୍ଭ କରିଛନ୍ତି । ବିକାଶ ପ୍ରତି କଳାହାଣ୍ଡିବାସୀଙ୍କର ଅକୁଣ୍ଠ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇବା ସହ ଲୋକଙ୍କ ଆସ୍ଥା ଓ ବିଶ୍ବାସକୁ ସାଥିରେ ଧରି ବିକାଶ ଧାରା ଆଗକୁ ବଢିବ ବୋଲି କହିଛନ୍ତି ।

Leave A Reply

Your email address will not be published.