ଭୁବନେଶ୍ୱର: ରଥଯାତ୍ରା ସୁରୁଖୁରୁରେ ସରିଲା । ଆଗକୁ ବାହୁଡା ଯାତ୍ରା । ରଥଯାତ୍ରା ଭଳି ମହାପ୍ରଭୁଙ୍କ ବାହୁଡା ଯାତ୍ରା ମଧ୍ୟ ଶୃଙ୍ଖଳାର ସହ ସାରିବାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ଆଜି ଶ୍ରୀଜିଉଙ୍କ ବାହୁଡା ଯାତ୍ରା ନେଇ ଭିଡିଓ କନଫରେନ୍ସିଂରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି, ସମଗ୍ର ବିଶ୍ୱର ନଜର ଆମ ଉପରେ ରହିଛି । ତେଣୁ ଆମେ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିବା ।
ରଥଯାତ୍ରା ଶୃଙ୍ଖଳାର ସହ ଆୟୋଜିତ ହୋଇଥିବାରୁ ସେବାୟତ, ପୋଲିସ, ସ୍ୱାସ୍ଥ୍ୟ ବିଭାଗ, ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ପ୍ରଶାସନକୁ ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ବିଶେଷ କରି ସହଯୋଗ ପାଇଁ ପୁରୀ ବାସିନ୍ଦାଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, କେବଳ କରୋନା ନେଗେଟିଭ୍ ଥିବା ସେବାୟତଙ୍କୁ ନେଇ ମହାପ୍ରଭୁଙ୍କ ସେବା କରାଯାଉ । ରଥଯାତ୍ରା ଭଳି ବାହୁଡା, ସୁନାବେଶ, ଅଧରପଣା ଓ ନିଳାଦ୍ରୀବିଜେ କାର୍ଯ୍ୟକ୍ରମକୁ ଜନସାଧାରଣ କିଭଳି ଘରେ ବସି ଦେଖିବେ ସେନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ସିଧାପ୍ରସାରଣର ବ୍ୟବସ୍ଥା କରୁ ।
BREAKING NEWS
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
- ଅଡୁଆ କରୁଛନ୍ତି ମନ୍ତ୍ରୀ, ସଜାଡୁଛନ୍ତି ସଚିବ
- Artemis II crew Emotional: ଜହ୍ନରେ କାନ୍ଦିଲା ମଣିଷ! କିଛି ଏମିତି ଦେଖିଲା, ଯାହା କେବେ କିଏ ଦେଖିନଥିଲେ…
- ଇସ୍ତଫା ଦେଲେ ଏୟାର ଇଣ୍ଡିଆର ସିଇଓ, ହଠାତ୍ ଏହି ବଡ଼ ନିଷ୍ପତ୍ତି ନେଲେ କାହିଁକି?
- ‘ଅମରାବତୀ’ ଏବେ ଆନ୍ଧ୍ର ପ୍ରଦେଶର ଏକମାତ୍ର ରାଜଧାନୀ
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
Comments are closed.