Latest Odisha News

ମହାରଥୀଙ୍କ ପାଇଁ ବିଧାନସଭାରେ ଶୋକପ୍ରସ୍ତାବ

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ପ୍ରଦୀପ ମହାରଥୀଙ୍କ ବିୟୋଗରେ ବିଧାନସଭାରେ ଆଗତ ହେଲା ଶୋକପ୍ରସ୍ତାବ । ଗୃହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଶୋକପ୍ରସ୍ତାବ ଆଣିଛନ୍ତି । ଏହାକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ସମର୍ଥନ କରିଛନ୍ତି ।

ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ସ୍ବର୍ଗତଃ ମହାରଥୀଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ପ୍ରଦୀପ ମହାରଥୀ ବିଜେଡିର ଜଣେ ଦୃଢ ସମର୍ଥକ ଓ ବିଜୁ ବାବୁଙ୍କ ପୁରାତନ ସହଯୋଗୀ ଥିଲେ।  ନିଜର ଦୃଢ ସଙ୍ଗଠନ କ୍ଷମତା ଲାଗି ସେ ବେଶ୍ ପରିଚିତ। ଏଥିଲାଗି ସେ ୭ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି। ବିଧାନସଭା ପରିସରରେ ତାଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ବିଭିନ୍ନ ଦଳର ରାଜନୈତିକ ନେତାମାନେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ମହାରଥୀଙ୍କ ବିୟୋଗ ପରେ ବହୁ ନେତା ତାଙ୍କ ସ୍ମୃତିଚାରଣ କରିଥିଲେ । ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିଥିଲେ ଯେ ସେ ଜଣେ ନିର୍ଭୀକ ବ୍ୟକ୍ତି ଥିଲେ।  ପ୍ରଦୀପ ମହାରଥୀଙ୍କର କୌଣସି ପ୍ରକାରର ଭୟ ନ ଥିଲା। ତାଙ୍କ ବିୟୋଗ ଓଡ଼ିଶା ପାଇଁ ଏକ ଅପୂରଣୀୟ କ୍ଷତି।

Leave A Reply

Your email address will not be published.