କଟକ: ଆଜି ହେଉଛି ମହାନା ଜନନାୟକ ବିଜୁ ପଟ୍ଟନାୟକଙ୍କ ଜନ୍ମଜୟନ୍ତୀ । ଏହି ଅବସରରେ କଟକ ବାଲିଯାତ୍ରା ପଡିଆରେ ମେଗା ସମାବେଶ ହୋଇଛି । ଏହି ସମାବେଶରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ଏସ୍ସିବି ମେଡିକାଲର ନବକଳେରବର ପାଇଁ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇ ସେ କହିଛନ୍ତି, ସାଢ଼େ ୪ କୋଟି ଓଡ଼ିଆ ପାଖରେ ମୁଁ ଋଣି ।
ଆପଣମାନଙ୍କ ଯୋଗୁଁ ୨୦ ବର୍ଷ ଧରି ସେବା କରିପାରୁଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଆହୁରି କହିଛନ୍ତି ଯେ, କଟକ ସହ ତାଙ୍କ ପରିବାରର ନିବିଡ ସମ୍ପର୍କ ରହିଛି । ବିଜୁ ବାବୁ ଜନ୍ମ ଦନରେ ଭିତ୍ତି ପ୍ରସ୍ତର ସ୍ଥାପନ କରି ମୁଁ ବହୁତ ଖୁସି । ଏସ୍ସିବିକୁ ବିଶ୍ୱସ୍ତରୀୟ କରାଯିବ । ଲୋକଙ୍କୁ ବିଶ୍ୱସ୍ତରୀୟ ସେବା ଯୋଗାଇବାକୁ ଲକ୍ଷ୍ୟ ରହିଛି । ଏସସିବି ଭିତ୍ତିଭୂମିର ବିକାଶ ଜରୁରୀ ବୋଲି କହିଛନ୍ତି ନବୀନ ।
BREAKING NEWS
- ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…
- ଅବସର କେବେ ନେବେ କହିଲେ ସାମୀ
- ଆନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କଲେ ମିଷ୍ଟର ବ୍ୟାକହ୍ୟାଣ୍ଡ
- ୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର
- ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ
- ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ
- ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ
- ଜୁନ ୨୬ରେ ଟିମ ଇଣ୍ଡିଆ ପକ୍ଷରୁ ପଦାର୍ପଣ ମ୍ୟାଚ ଖେଳି ପାରନ୍ତି ବୈଭବ
- ଦୀର୍ଘ ବର୍ଷ ପରେ ଚେନ୍ନାଇ ବିପକ୍ଷରେ ଖେଳିଲେ ଜାଡେଜା, ଲୋଗୋକୁ ଦେଖି ହେଲେ ଭାବପ୍ରବଣ
- ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା
Comments are closed.