Latest Odisha News

BREAKING NEWS

ବର୍ଷିୟାନ୍ କଣ୍ଠଶିଳ୍ପୀ ଚିତ୍ତ ଜେନାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିଶିଷ୍ଟ ବ୍ୟକ୍ତି

ଭୁବନେଶ୍ୱର : ବିଶିଷ୍ଟ କଣ୍ଠଶିଳ୍ପୀ ଚିତ୍ତ ଜେନା ୭୬ ବର୍ଷ ବୟସରେ କଟକର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କର ବିୟୋଗରେ ସାରା ଓଲିଉଡ ଜଗତ ସମେତ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି । ଏଥିସହିତ ତାଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିମାନେ ମଧ୍ୟ ଶୋକ ପ୍ରକାଶ ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକ ସ୍ୱର୍ଗତ ଚିତ୍ତଙ୍କ ବିୟୋଗରେ ଶୋକ ପ୍ରକାଶ କରିବା ସହ ଓଡିଆ ସିନେ ଜଗତରେ ଏକ ଶୂନ୍ୟ ସ୍ଥାନ ସୃଷ୍ଟି ହୋଇଛି ବୋଲି ପ୍ରକାଶ କରିଛନ୍ତି । ଏଥିସହିତ ତାଙ୍କ ଆତ୍ମାର ସଦଗତି କାମନା କରିବା ସହ ପରିବାର ସଦସ୍ୟଙ୍କୁ ସମବେଦନା ଜ୍ଞାପନ କରିଛନ୍ତି ।

ସ୍ୱର୍ଗତ ଚିତ୍ତ ଜେନାଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ବସନ୍ତ ପଣ୍ଡା ଏବଂ ବିଧାୟକ ଦଳ ନେତା ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଗଭୀର ଦୁଃଖ ପ୍ରକାଶ କରି ସ୍ୱର୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କୁ ସମବେଦନା ଜ୍ଞାପନ କରିଛନ୍ତି ।

କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟ୍ୱିଟ କରି ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.