Latest Odisha News

ମୁଖ୍ୟମନ୍ତ୍ରୀଙ୍କ ସମେତ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି

ଭୁବନେଶ୍ୱର: ଉତ୍କଳ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ଦ୍ରପୌଦୀ ମୁର୍ମୁ ମଧ୍ୟ ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି। ସେ ତାଙ୍କ ଟ୍ୱିଟ୍‌ରେ ଲେଖିଛନ୍ତି-

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କର ସ୍ୱାସ୍ଥ୍ୟ ଓ ସମୃଦ୍ଧି କାମନା କରିବା ସହ ଶୁଭେଚ୍ଛା ଜଣାଇଛନ୍ତି। ଏହି ଦିନ ଓଡ଼ିଶା ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ସମୟ ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି। ସେ ଟ୍ୱିଟ୍ କରି ଲେଖିଛନ୍ତି-


ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜେ ଜଣେ ଓଡ଼ିଆ। ତେଣୁ ଉତ୍କଳ ଦିବସରେ ଦେଶ ସହ ରାଜ୍ୟବାସୀଙ୍କୁ ମଧ୍ୟ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ଉଭୟ ଇଂରାଜୀ ଓଡ଼ିଆ ଭାଷାରେ ଟ୍ୱିଟ୍ କରିଛନ୍ତି ରାଷ୍ଟ୍ରପତି। ସେ ଟ୍ୱିଟ୍ କରି ଲେଖିଛନ୍ତି-

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନମନ୍ତ୍ରୀ ଟ୍ୱିଟ୍ କରି ଉତ୍କଳ ଦିବସର ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି। ସେ ତାଙ୍କ ଟ୍ୱିଟ୍‌ରେ ଲେଖିଛନ୍ତି-

Comments are closed.