Latest Odisha News

BREAKING NEWS

ଜିରୋ କାଜୁଆଲିଟିକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

ଭୁବନେଶ୍ବର : ମାଡି ଆସୁଛି ବାତ୍ୟା ‘ଗୁଲାବ’ । ଏହା ପୂର୍ବରୁ ବାତ୍ୟାର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । ଜିରୋ କାଜୁଆଲ୍ଟି ବା ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଧନଜୀବନ ସୁରକ୍ଷା ସହିତ କୋଭିଡ୍ ନିୟମ ପାଳନ ପାଇଁ ଲୋକଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ୧୧ଟି ଜିଲ୍ଲାର ସ୍କୁଲ ବନ୍ଦ ରହିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଭିଡିଓ କନଫରେନ୍ସିଂ ଯୋଗେ ଦିଲ୍ଲୀରୁ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି ।

ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ପ୍ରଶାସନ କହିବା ସହ ବାତ୍ୟା ଆଶ୍ରୟସ୍ଥଳରେ ସମସ୍ତ ମୌଳିକ ସୁବିଧା ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ଗର୍ଭବତୀ, ବୟସ୍କ ଓ ଶିଶୁମାନଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବା ପାଇଁ ମଧ୍ୟ ପରାମର୍ଶ ଦେଇଛନ୍ତି । ବାତ୍ୟା ପରେ ରାସ୍ତା ସଫା କରିବା, ବିଦ୍ୟୁତ ଓ ଜଳଯୋଗାଣ ବ୍ୟବସ୍ଥାର ପୁନରୁଦ୍ଧାର କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ଆଗୁଆ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଆଶ୍ରୟସ୍ଥଳ ପରିଚାଳନା ତଥା ପୁନରୁଦ୍ଧାର କାର୍ଯ୍ୟରେ ପଞ୍ଚାୟତିରାଜ ଅନୁଷ୍ଠାନ, ମିଶନ ଶକ୍ତି ଗୋଷ୍ଠୀ, ସ୍ବେଚ୍ଛାସେବୀଙ୍କୁ ସାମିଲ କରିବା ପାଇଁ ପରାମର୍ଶ ଦେଇଛନ୍ତି ନବୀନ । ବାତ୍ୟା ଆଶ୍ରୟସ୍ଥଳରେ କୋଭିଡ ନିୟମ କଡ଼ାକଡ଼ି କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.