Latest Odisha News

BREAKING NEWS

ଭଲରେ ସରିଲା ମହାପ୍ରଭୁଙ୍କ ନବଦିନ ଯାତ୍ରା, ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ସୁରୁଖୁରୁରେ ଶେଷ ହେଲା ମହାପ୍ରଭୁଙ୍କ ନବ ଦିନାତ୍ମକ ଯାତ୍ରା । ଗୁଣ୍ଡିଚା ମନ୍ଦିରରୁ ଆସି ବଡଦାଣ୍ଡରେ ଲାଗିଛି ତିନି ରଥ । କୋ‍ଭିଡ କଟକଣା ମଧ୍ୟରେ ସମସ୍ତଙ୍କ ସହଯୋଗରେ ମହାପ୍ରଭୁଙ୍କ ନବଦିନ ଯାତ୍ରା ସୁରୁଖୁରୁରେ ଶେଷ ହୋଇଥିବାରୁ ଆନନ୍ଦ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କଠିନ ପରିସ୍ଥିତିରେ ମହାପ୍ରଭୁଙ୍କ କରୁଣାରୁ ଏହା ସମ୍ଭବ ହୋଇପାରିଲା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ସେବାୟତମାନେ ଯେଭଳି ଭକ୍ତି ଓ ସମର୍ପଣର ଭାବ ନେଇ ମହାପ୍ରଭୁଙ୍କ ନୀତିକାନ୍ତି ଠିକ୍‌ ସମୟରେ ସମ୍ପନ୍ନ କଲେ ତାର ଉଚ୍ଚ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ । ମନ୍ଦିର ପ୍ରଶାସନ, ପୋଲିସ ପ୍ରଶାସନ, ଜିଲ୍ଲା ପ୍ରଶାସନ, ଅଗ୍ନିଶମ ସେବା, ପୁରୀ ମ୍ୟୁନିସିପାଲିଟି ଆଦି ବିଭିନ୍ନ ସରକାରୀ ସଂସ୍ଥା ପରସ୍ପର ମଧ୍ୟରେ ଉପଯୁକ୍ତ ସମନ୍ବୟ ରକ୍ଷା କରି ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଉତ୍ତମ ଭାବରେ ପରିଚାଳନା କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

କୋଭିଡ କଟକଣା ଯୋଗୁ, ଭକ୍ତମାନେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଯାତ୍ରାରେ ଭାଗ ନେଇ ପାରିନଥିଲେ । ଲୋକମାନେ ଘରେ ରହି ଯେପରି ମହାପ୍ରଭୁଙ୍କ ଦିବ୍ୟ ଯାତ୍ରାର ଆନନ୍ଦ ନେଇପାରିବେ, ସେଥିପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ସୁନ୍ଦର ବ୍ୟବସ୍ଥା କରିଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି । ସେହିପରି ପୁରୀର ଜନସାଧାରଣ ନବଦିନ ଯାତ୍ରା ସମୟରେ କୋଭିଡ କଟକଣା ମାନି ଯେଭଳି ସଂଯମତା ପ୍ରଦର୍ଶନ କରିଛନ୍ତି, ତାହା ଅତୁଳନୀୟ ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରି ସହରବାସୀଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି ।

Leave A Reply

Your email address will not be published.