Latest Odisha News

BREAKING NEWS

କଥା ରଖିଲେ ମୁଖ୍ୟମନ୍ତ୍ରୀ, ପଞ୍ଚାୟତ ପ୍ରତିନିଧିଙ୍କୁ ପ୍ରସାଦ ବାଣ୍ଟିଲେ

ଭୁବନେଶ୍ବର : ଆଜି ଗଞ୍ଜାମରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ୨୧୪୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହା ପୂର୍ବରୁ ତାରାତାରିଣୀ ପୀଠରେ ପହଞ୍ଚି ମାଆଙ୍କ ଦର୍ଶନ କରିଥିଲେ । ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ପଞ୍ଚାୟତ ପ୍ରତିନିଧି ମାନଙ୍କୁ ତାରାତରିଣୀ ମନ୍ଦିରରେ ଭେଟି ମାଙ୍କ ପ୍ରସାଦ ବାଣ୍ଟି ଥିଲେ ।

କରୋନାର ପ୍ରଥମ ଲହରରେ ଗଞ୍ଜାମ ବିଶେଷ ଭାବରେ ପ୍ରଭାବିତ ହୋଇଥିଲା । ବାହାରେ ରହୁଥିବା ଓଡ଼ିଶା ବାସୀ ମଧ୍ୟ ଲକ୍ ଡାଉନ୍ ଯୋଗୁଁ ଘରକୁ ଫେରିଥିଲେ । ଜିଲ୍ଲାରେ କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ସେତେବେଳେ ସରପଞ୍ଚ ମାନଙ୍କୁ ଜିଲ୍ଲାପାଳ କ୍ଷମତା ଦେଇଥିଲେ । ସରପଞ୍ଚ ଅନ୍ୟ ପଞ୍ଚାୟତ ପ୍ରତିନିଧି ମାନେ ମଧ୍ୟ ନିଷ୍ଠାର ସହ ଲୋକଙ୍କୁ ସେବା ଯୋଗାଇ ଦେଇଥିଲେ । ପରିସ୍ଥିତିରେ ଉନ୍ନତି ଆସିବା ସହ କରୋନା ମୁକାବିଲାରେ ଗଞ୍ଜାମ ଦେଶ ବିଦେଶରେ ଉଦାହରଣ ପାଲଟିଥିଲା । ଆଜି ଗଞ୍ଜାମ ଗସ୍ତ ସମୟରେ ସରପଞ୍ଚ, ଅନ୍ୟ ପଞ୍ଚାୟତ ପ୍ରତିନିଧି ଓ ଜିଲ୍ଲା ପରିଷଦ ସଭ୍ୟଙ୍କୁ କରୋନା ସମୟରେ ସେମାନଙ୍କ ଭଲ କାମ ପାଇଁ ତାରାତରିଣୀ ପୀଠରେ ଭେଟି ମାଙ୍କ ପ୍ରସାଦ ଓ ଲଡୁ ବାଣ୍ଟିଥିଲେ ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.