Latest Odisha News

BREAKING NEWS

କଟକ ଓ ଖୋର୍ଦ୍ଧାରେ ଆଜି BSKY ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ମାର୍ଟ ସ୍ୱାସ୍ଥ୍ୟସେବାରେ ଯୋଡ଼ି ହେବ କଟକ ଓ ଖୋର୍ଦ୍ଧା ଜିଲ୍ଲା । ଏହି ଦୁଇ ଜିଲ୍ଲାବାସୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଆଜି ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକର ଉପର ବାଲିଯାତ୍ରା ପଡ଼ିଆରେ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟକ୍ରମ ପାଇଁ ସମସ୍ତ ପ୍ରସ୍ତୁତି ସରିଛି । ସକାଳ ୧୦ଟା ୪୫ ମିନିଟରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

କଟକ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ଏମ୍ସ ପ୍ଲସ ଏସିବି ମେଡିକାଲ୍ କଲେଜ ଓ ହସ୍ପିଟାଲର ଉଦଘାଟନ କରିବେ । ଏଥିସହ କଟକ ଜିଲ୍ଲାବାସୀଙ୍କୁ ମୁଖ୍ୟମନ୍ତ୍ରୀ ୧୫ଶହ ୬୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଭେଟି ଦେବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଟକରେ ସୁରକ୍ଷା କଡ଼ାକଡ଼ି କରାଯାଇଛି ।

କଟକ ଗସ୍ତ ସାରି ମୁଖ୍ୟମନ୍ତ୍ରୀ ଆସିବେ ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ । ଦିନ ୧୧ଟା ୪୦ରେ ବେଗୁନିଆ ସ୍ଥିତ ବିଜୁ ପଟ୍ଟନାୟକ ଷ୍ଟାଡିୟମରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ସେଠାରୁ ଖୋର୍ଦ୍ଧା ଜିଲ୍ଲାବାସୀଙ୍କ ପାଇଁ BSKY ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ଖୋର୍ଦ୍ଧା ଜିଲ୍ଲା ପାଇଁ ମୋଟ୍ ୯୮୭ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.