Latest Odisha News

BREAKING NEWS

ଆସନ୍ତାକାଲି ଏକାମ୍ର ନିର୍ବାଚନମଣ୍ଡଳୀରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆସନ୍ତାକାଲି ଏକାମ୍ର ନିର୍ବାଚନମଣ୍ଡଳୀରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ଆପରାହ୍ନରେ ଏକାମ୍ର ନିର୍ବାଚନ ମଣ୍ଡଳୀରେ ପ୍ରାୟ ୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଲିଙ୍ଗିପୂର୍ ଗ୍ରାମ ପଞ୍ଚାୟତର ଜାଡୁମଲ୍ଲି ମନ୍ଦିର ନିକଟରେ ଏକ ସାଧାରଣ ସଭାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

BjdElectrycity

ପୂର୍ତ୍ତ ବିଭାଗ ପକ୍ଷରୁ ଦୟା ଦକ୍ଷିଣ ପାର୍ଶ୍ଵ ନଦୀ ବନ୍ଧର ସାଢେ଼ ଆଠ କିଲୋମିଟର ରାସ୍ତାର ସୁଦୃଢିକରଣ ଓ ପ୍ରସସ୍ଥିକରଣ ପାଇଁ  ୨୨ କୋଟି ଟଙ୍କା, ଜଳ ସମ୍ପଦ ବିଭାଗ ପକ୍ଷରୁ ୯୧ କୋଟି ଟଙ୍କାରେ ଧଉଳି ନିକଟସ୍ଥ ଦୟା ନଦୀ ଗର୍ଭରେ  ଜଳ ସଂରକ୍ଷଣ ବ୍ୟବସ୍ଥା ଗଠନ ବା ଇନ୍ ଷ୍ଟ୍ରିମ ଷ୍ଟୋରେଜ ଷ୍ଟକଚର୍ ନିର୍ମାଣ କରାଯିବ । ଏହା ଦ୍ଵାରା ଆଖ ପାଖ ଅଞ୍ଚଳରେ ଭୂତଳ ଜଳ ସ୍ତର ବୃଦ୍ଧି ପାଇବା ସହ ଚାଷ ବାସ ପାଇଁ ଜଳ ସମସ୍ୟା ଦୁର ହେବ ।

ସେହିପରି ଗ୍ରାମ୍ୟ ଜଳ ଯୋଗାଣ ବିଭାଗ ପକ୍ଷରୁ ୪୨ କୋଟି ଟଙ୍କାରେ ବାସୁଆଘାଇ , ଧଉଳି, ଲିଙ୍ଗିପୁର, ଶିଶୁପାଳ ଗଡ, ଇଟିପୂର୍, ଟିକରପଡ଼ା ଆଦି ଛଅ ଗୋଟି ଗ୍ରାମପଞ୍ଚାୟତରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ବାସୁଆଘାଇ ଦୟା ନଦୀ ଠାରେ ଏକ ଟ୍ରିଟମେଣ୍ଟ ପ୍ଲାଣ୍ଟ ନିର୍ମାଣ ଏବଂ ଇଟିପୁର ଠାରେ ଟିପିସିଏଲ ପକ୍ଷରୁ ୧୭ କୋଟି ଟଙ୍କାର ଏକ ୩୩ କେଭିର ଗ୍ରିଡ ସବ୍ ଷ୍ଟେସନ ମଧ୍ୟ ନିର୍ମାଣ ହେବ । ଏନେଇ ଆଜି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ବାସଭବନରେ ପ୍ରସ୍ତୁତି ବୈଠକରେ ଆଲୋଚନା ହେବା ସହ ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମ କିପରି ସଫଳ ହେବ ସେଥିପାଇଁ ସମସ୍ତ  ସରପଞ୍ଚ , ସମିତି ସଭ୍ୟ, କର୍ପୋରେଟର,ଜିଲ୍ଲା ପରିଷଦ ଏବଂ ଦଳୀୟ ପଦାଧିକାରୀ ମାନଙ୍କୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.