Latest Odisha News

BREAKING NEWS

[ଦେଖନ୍ତୁ ଭିଡିଓ] ପଣାସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପବିତ୍ର ପଣାସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଏହି ଅବସରରେ ସେ ଏକ ଭିଡିଓ ବାର୍ତ୍ତା ଦେଇ କହିଛନ୍ତି, ପବିତ୍ର ପଣାସଂକ୍ରାନ୍ତି ତଥା ଓଡ଼ିଆ ନୂଆବର୍ଷ ଅବସରରେ ଆପଣମାନଙ୍କୁ ଅଭିନନ୍ଦନ ଜଣାଉଛି। ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଓଡ଼ିଆ ନବବର୍ଷ  । ଆଜିଠାରୁ ଆରମ୍ଭ ହେଉଛି ଓଡ଼ିଆ ପଞ୍ଜିକା । ବିଦାୟ ନେବ ବସନ୍ତ ଆଉ ଆରମ୍ଭ ହେବ ଗ୍ରୀଷ୍ମ । ଘରେ ଘରେ ପଣାର ଆସର ସହିତ ସବୁଠି ଉତ୍ସାହର ମାହୋଲ । ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ସକାଳ ଧୂପ ନୀତି ସରିବା ପରେ ଦକ୍ଷିଣ ଘରେ ଥିବା ଶ୍ରୀ ହନୁମାନଙ୍କୁ ରତ୍ନ ସିଂହାସନକୁ ଅଣାଯାଇ ଆଜ୍ଞା ମାଳ ଦିଆଯିବ । ବିମାନରେ ହନୁମାନ ବିଜେ ହୋଇ ପୂର୍ବ ଦ୍ୱାରରେ ଥିବା ହନୁମାନଙ୍କ ନିକଟକୁ ଯାଇ ସ୍ୱତନ୍ତ୍ର ପୂଜାର୍ଚ୍ଚନା ହେବ । ପରେ ଜଗନ୍ନାଥ ବଲ୍ଲଭ ମଠ ଓ ଦରିଆ ମହାବୀରଙ୍କ ନିକଟରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ ।

ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ । ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ ।

Leave A Reply

Your email address will not be published.