Latest Odisha News

BREAKING NEWS

‘ପୁଣି କ୍ଷମତାକୁ ଆସିଲେ ବିଜୁଳି ବିଲ୍ ଛାଡ କରିବି’

ସମ୍ବଲପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ୱଲପୁର ଠାରେ ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଏବଂ ବିଧାୟକ ପ୍ରାର୍ଥୀ ରୋହିତ ପୁଜାରୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିଛନ୍ତି । ଏହି ସମୟରେ ବିରୋଧୀଙ୍କ ଉପରେ ବର୍ଷିଛନ୍ତି ନବୀନ । ଏହା ସହିତ ଜୁନ୍ ୯ରେ ମୁଖ୍ୟମନ୍ତ୍ରୀ ଭାବେ ପୁନର୍ବାର ଶପଥ ନେବେ ବୋଲି ଦମ୍ଭୋକ୍ତି ପ୍ରକାଶ କରି କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଲେ ଯେ, ବିଜେଡି ସରକାର ଜୁଲାଇ ମାସରୁ ବିଜୁଳି ମାଗଣା ଦେବ । ଆପଣମାନଙ୍କ ପାଖକୁ ଆଉ ବିଜୁଳି ବିଲ୍‍ ଆସିବ ନାହିଁ ।

ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନତାଙ୍କ ଠାରୁ ରାଜ୍ୟ ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଏସ୍‍କେୱାଇ, ମିଶନ ଶକ୍ତି, ମମତା, ଲକ୍ଷ୍ମୀ ବସ୍‍, 5-T ସ୍କୁଲ ରୂପାନ୍ତରଣ, ଛାତ୍ରବୃତ୍ତି, କାଳିଆ, ମଧୁବାବୁ ପେନ୍‍ସନ, ଚାଉଳ କାର୍ଡ ଇତ୍ୟାଦିର ସୁଫଳ ବିଷୟରେ ମତାମତ ଗ୍ରହଣ କରିଥିଲେ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ ପଚାରିଥିଲେ ଯେ, ମା ସମଲେଇଙ୍କ ପ୍ରକଳ୍ପ କାମ କିପରି ହୋଇଛି? ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ କିପରି ହୋଇଛି? କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ ପ୍ୟାକେଜ୍‍ ଆସିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ବିରୋଧି ଦଳର ନେତାମାନେ ମିଛ କଥା କହୁଛନ୍ତି । କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ଆପଣମାନେ ବିଜୁ ଜନତା ଦଳର ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ଆଶୀର୍ବାଦ କରି ଯୋଡ଼ିଶଙ୍ଖରେ ଭୋଟ ଦେଇ ଜିତେଇବାକୁ ଉପସ୍ଥିତ ଜନତାଙ୍କୁ ଅନୁରୋଧ କରିଥିଲେ ।

Leave A Reply

Your email address will not be published.