ସରକାରୀ ଚାକିରିଆଙ୍କ ପାଇଁ ଖୁସି ଖବର । ସପ୍ତମ ବେତନ କମିଶନ ବାବଦ ଆଉ ୨୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏ ସଂକ୍ରାନ୍ତରେ ସରକାରୀ ଘୋଷଣା ପ୍ରକାଶ ପାଇଛି. ଏହାଦ୍ୱାରା କର୍ମଚାରୀମାନେ ସପ୍ତମ ବେତନ କମିଶନ ଦରମା ବାବଦ ସଂପୂର୍ଣ୍ଣ ବକେୟା ରାଶି ପାଇପାରିବେ ।
ପୂର୍ବରୁ ଏହି ବକେୟାର ୮୦ ପ୍ରତିଶତ ପ୍ରଦାନ କରାଯାଇଛି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାରଙ୍କ ୪ ଲକ୍ଷ କର୍ମଚାରୀ ଉପକୃତ ହେବେ। ଏଥିପାଇଁ ୨୦୨୧-୨୨ ଅତିରିକ୍ତ ବଜେଟରେ ୮୫୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । କର୍ମଚାରୀମାନେ ଏହି ବକେୟା ଅର୍ଥ ଚଳିତ ମାର୍ଚ୍ଚ ମାସ ଦରମାରେ ପାଇପାରିବେ।
Comments are closed.