Latest Odisha News

BREAKING NEWS

ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଯାଜପୁର ଜିଲ୍ଲା କୋରେଇ ରେଳଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ୩ ଜଣଙ୍କ ମୃତ୍ୟୁ ଘଟଣାରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ମୃତ ପରିବାର ପାଇଁ ୨ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ଆଜି ସକାଳ ୬ଟା ୪୪ରେ ମାଲବାହୀ ଟ୍ରେନ ଷ୍ଟେସନ ଯାତ୍ରୀସ୍ଥଳ ଭିତରକୁ ମାଡ଼ିଯାଇଥିଲା । ଫଳରେ ବିଲ୍ଡିଂ କାନ୍ଥ ଭାଙ୍ଗିଯିବାରୁ ତାତଳେ ଅନେକ ଚାପି ହୋଇଯାଇଥିଲେ । ୩ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ସ୍ଥାନୀୟ ବାସିନ୍ଦା ସୂଚନା ଦେଇଛନ୍ତି । ତେବେ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ ରହିଛି । ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଘଟଣାସ୍ଥଳକୁ ଯାଇ ସ୍ଥିତି ସମୀକ୍ଷା କରିବେ ।

Leave A Reply

Your email address will not be published.