Latest Odisha News

BREAKING NEWS

ବଢିଲା ସ୍ଵାବଲମ୍ବୀ କାରିଗରମାନଙ୍କ ପାରିଶ୍ରମିକ, ୪ ହଜାରରୁ ୬ ହଜାର ୫ ଶହ ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର: ସ୍ଵାବଲମ୍ବୀ କାରିଗରଙ୍କ ପାଇଁ ଖୁସି ଖବର । ରାଜ୍ୟର ଗ୍ରାମ ପଞ୍ଚାୟତ ମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗର ମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪ ହଜାର ଟଙ୍କା ଥିବାବେଳେ, ନୂତନ ପାରିଶ୍ରମିକ ୬ ହଜାର ୫୦୦ ଟଙ୍କାକୁ ବୃଦ୍ଧି ପାଇଛି ।

ଏହା ବର୍ତ୍ତମାନର ପାରିଶ୍ରମିକ ଠାରୁ ୬୨.୫୦ ପ୍ରତିଶତ ଅଧିକ ଅଟେ । ଏହାଦ୍ବାରା ରାଜ୍ୟର ୧୩ ହଜାର ସ୍ବାବଲମ୍ବୀ ଉପକୃତ ହେବେ ।

ସୂଚନାଯୋଗ୍ୟ, ରାଜ୍ୟର ସମସ୍ତ ଗ୍ରାମକୁ ନିୟମିତ ସ୍ଵଚ୍ଛ ପାନୀୟ ଜଳ ଯୋଗାଇବା ତଥା ଜଳକଷ୍ଟ ଦୂର କରିବା ପାଇଁ ଗ୍ରାମ ପଞ୍ଚାୟତ ମାନଙ୍କରେ ଦୁଇ ଜଣ ଲେଖାଏଁ ସ୍ବାବଲମ୍ବୀ କାରିଗର ନିୟୋଜିତ ଅଛନ୍ତି । ଏମାନେ ପାଇପ ଜଳ ଯୋଗାଣ, ରକ୍ଷଣାବେକ୍ଷଣ ତଥା ଟ୍ୟୁବ ୱେଲ ମରାମତି ପାଇଁ ନିରନ୍ତର ସେବା ଯୋଗାଇ ଆସୁଛନ୍ତି ।

ତେବେ 5-T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରୁ ସ୍ବାବଲମ୍ବୀ କାରିଗର ଏବଂ ପ୍ରତିନିଧି ମାନଙ୍କ ଠାରୁ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଆସିଥିଲା । 5-T ଅଧ୍ୟକ୍ଷ ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ପାରିଶ୍ରମିକ ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଛି ।

Leave A Reply

Your email address will not be published.