Latest Odisha News

BREAKING NEWS

ବରଗଡରେ ବହୁ ପ୍ରତିକ୍ଷିତ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ ଓ କ୍ୟାନସର ହସ୍ପିଟାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ବରଗଡ: ଦିନିକିଆ ବରଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମେ ଜିଲ୍ଲାର ବିଜେପୁର ବ୍ଲକର କନାପାଲିରେ ପହଞ୍ଚି ବହୁ ପ୍ରତୀକ୍ଷିତ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ୧୬୭୭ କୋଟି ୪୨ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ହୋଇଛି ଏହି ପ୍ରକଳ୍ପ । ଏଥିରେ ପ୍ରାୟ ୨୫ ହଜାର ୬୦୦ ହେକ୍ଟର ଜମି ହେବ ଜଳସେଚିତ । ଏହାଦ୍ବାରା ୩୫ ହଜାର ୬୦୦ ଚାଷୀ ହେବେ ଉପକୃତ ।

ଏହାପରେ ୧୦୬ କୋଟି ୬ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ୫ ମହଲା ବଶିଷ୍ଟ ୧୦୦ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲର ଉଦଘାଟନ କରିଛନ୍ତି । ପଶ୍ଚିମ ଓଡିଶାର କର୍କଟ ରୋଗୀଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଇଦେବ ଏହି ହସ୍ପିଟାଲ ।

ଏହାସହ ଭକ୍ତ, ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ସୁବିଧା ପାଇଁ ୨୨ କୋଟି ୭୮ ଲକ୍ଷ ଟଙ୍କା ବ୍ୟୟରେ ରୂପାନ୍ତରିତ ନୃସିଂହନାଥ ପୀଠ ଲୋକାର୍ପଣ କରିଛନ୍ତି । ସେହିଭଳି ସୋହେଲା-ନୂଆପଡା ବିଜୁ ଏକ୍ସପ୍ରେସ ୱେ, ୩୧୭ଟି ହାଇସ୍କୁଲ ରୂପାନ୍ତରିତ କାର୍ଯ୍ୟ ମଧ୍ୟ ସଂମ୍ପନ୍ନ ହୋଇଛି ।

ଏଥି ସହିତ ୫୬ଟି କଲେଜକୁ ଅତ୍ୟାଧୁନିକ ଶିକ୍ଷା ବ୍ୟବସ୍ଥାରେ ରୂପାନ୍ତର କାର୍ଯ୍ୟ, ୫-ଟି ସ୍ୱାସ୍ଥ୍ୟ ଅନୁଷ୍ଠାନକୁ ‘ଆମ ହସ୍ପିଟାଲ’କୁ ରୂପାନ୍ତରଣ, ୧୮୫ଟି ବ୍ୟାଙ୍କ ନଥିବା ଗ୍ରାମପଞ୍ଚାୟତମାନଙ୍କୁ ‘ଆମ ବ୍ୟାଙ୍କ’ ସୁବିଧା, ଲକ୍ଷ୍ମୀ ଯୋଜନାରେ ୨୬୨ଟି ବସ୍ ଷ୍ଟପେଜ୍‌, ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା ଅଧିନରେ ୪୩୧ଟି କଲ୍ୟାଣ ମଣ୍ଡପ, କମ୍ୟୁନିଟି ସେଣ୍ଟର ଓ ଧାର୍ମିକ ସ୍ଥଳୀର ଉନ୍ନତି କାର୍ଯ୍ୟ ଏବଂ ‘ଆମ ଓଡିଶା ନବୀନ ଓଡିଶା’ରେ ୧୨୬ କୋଟି ୫୦ ଲକ୍ଷ ଟଙ୍କା ବିନିମୟରେ ୩୧୩୫ଟି ପ୍ରକଳ୍ପ ଜିଲ୍ଲାରେ କାର୍ଯ୍ୟକାରୀ ହେଉଛି ।

Leave A Reply

Your email address will not be published.