Latest Odisha News

BREAKING NEWS

ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅନୁଗୋଳ ଜିଲ୍ଲା ତାଳଚେରରେ ଉଦଘାଟିତ ହେଲା ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ। ଭିଡିଓ କନ୍‌ଫରେନ୍‌ସ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିଛନ୍ତି । ୩୩୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ପ୍ରତିଷ୍ଠା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆଗାମୀ ଦିନରେ ଏହାକୁ ଏକ ମେଡିକାଲ୍ କଲେଜରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସ୍ୱାସ୍ଥ୍ୟସେବା ସବୁବେଳେ ସରକାରଙ୍କ ଫୋକସ୍ ହୋଇ ରହିଛି। ସରକାରୀ ହସ୍ପିଟାଲ ଉପରେ ଲୋକଙ୍କ ଆସ୍ଥା ବଢିଛି। ରାଜ୍ୟରେ ଗତ କିଛି ବର୍ଷ ମଧ୍ୟରେ ମେଡିକାଲ୍‌ କଲେଜ ସହ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମଚାରୀମାନଙ୍କ ସଂଖ୍ୟା ବଢିଛି। ନୂଆ ନୂଆ ଚିକିତ୍ସା ସେବା ମଧ୍ୟ ଉପଲବ୍ଧ ହେଉଛି।ପ୍ରତି ଜୀବନ ମୂଲ୍ୟବାନ ମନ୍ତ୍ରକୁ ଆଦର୍ଶ କରି ଏହି ହସ୍ପିଟାଲ ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବାରେ ସଫଳ ହେବ।

କାର୍ଯ୍ୟକ୍ରମରେ କେନ୍ଦ୍ର କୋଇଲା ତଥା ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଅତିଥି ଭାବେ ଯୋଗଦେଇଥିଲେ । ଏହି ହସ୍ପିଟାଲ ତାଳଚେର ଓ ଅନୁଗୋଳବାସୀଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବ। ଆଗାମୀ ୫ ବର୍ଷ ପାଇଁ ଏହି ହସ୍ପିଟାଲ ପରିଚାଳନା ପାଇଁ ଏମ୍.ସି.ଏଲ୍ ୬୨୮ କୋଟି ଟଙ୍କା ସହାୟତା ଯୋଗାଇଦେବ ବୋଲି ଶ୍ରୀ ଯୋଶୀ ପ୍ରକାଶ କରିଛନ୍ତି । କାର୍ଯ୍ୟକ୍ରମରେ ଯୋଗଦେଇ ଥିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସଂଗ୍ରାମୀ ପବିତ୍ର ମୋହନ ପ୍ରଧାନଙ୍କ ନାମରେ ଏହି ହସ୍ପିଟାଲ ପ୍ରତିଷ୍ଠା ହେବା ଦ୍ୱାରା ଏ ମାଟି ତାଙ୍କୁ ଉପଯୁକ୍ତ ସମ୍ମାନ ଦେଲା ବୋଲି ସେ କହିଛନ୍ତି।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଶାଳିନୀ ପଣ୍ଡିତଢେଙ୍କାନାଳ ସାଂସଦ ଶ୍ରୀ ମହେଶ ସାହୁ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଏବଂ କୋଲ ଇଣ୍ଡିଆ ଅଧ୍ୟକ୍ଷ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

 

 

 

Comments are closed.