Latest Odisha News

ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକବାର୍ତାରେ ସ୍ବର୍ଗତ ବିଶ୍ବାଳଙ୍କୁ ଜଣେ ଦକ୍ଷ ଓ ଲୋକପ୍ରିୟ ରାଜନେତା ଭାବେ ବର୍ଣ୍ଣନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସମାଜର ଅବହେଳିତ ବର୍ଗର ଲୋକଙ୍କ ଉନ୍ନତି ତଥା ରାଜ୍ୟର ସାମୁହିକ ପ୍ରଗତି ପାଇଁ ତାଙ୍କର ଅବଦାନ ସ୍ମରଣୀୟ ହୋଇ ରହିବ ଵୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି ।

ଏହା ସହିତ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ଟ୍ଵିଟ କରି ସେ ଲେଖିଛନ୍ତି ଯେ ଏହି ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ତାଙ୍କ ବିୟୋଗରେ ଓଡ଼ିଶା ଜଣେ ଦକ୍ଷ, ବିରଳ ଓ ଅନୁଭବୀ ରାଜନୀତିଜ୍ଞଙ୍କୁ ହରାଇଲା । ରାଜ୍ୟର ବିକାଶ ବିଶେଷ ଭାବରେ ଜନଜାତିଙ୍କ ପାଇଁ ତାଙ୍କର ବିଶେଷ ଅବଦାନ ଚିର ସ୍ମରଣୀୟ ହୋଇ ରହିବ । ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି।

ଏହାସହିତ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ବୈଜୟନ୍ତ ପଣ୍ଡା ମଧ୍ୟ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରି ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

Comments are closed.