Latest Odisha News

BREAKING NEWS

କରୋନା ସଂକ୍ରମିତ ବିଧାୟକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଜଣଙ୍କ ପରେ ଜଣେ ବିଧାୟକ କରୋନା ସଂକ୍ରମିତ ହେଉଛନ୍ତି । ଗତକାଲି ପଜିଟିଭ ବାହାରିଥିବା ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ବରୀ ବିଧାୟିକା ସୁନନ୍ଦା ଦାସ ଓ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡାଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି । ଏହାସହ ତିନି ବିଧାୟକଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଗତ ତିନି ଦିନ ଭିତରେ ୬ ଜଣ ବିଧାୟକ କରୋନା ସଂକ୍ରମିତ ହୋଇଛନ୍ତି । ଏମାନଙ୍କ ଭିତରେ ଅଛନ୍ତି କୃଷି ମନ୍ତ୍ରୀ ଅରୁଣ ସାହୁ । ଏହାରି ଭିତରେ ରାଜ୍ୟର ୧୨ରୁ ଅଧିକ ବିଧାୟକ ସଂକ୍ରମିତ ହୋଇ ସାରିଲେେଣି ।

Leave A Reply

Your email address will not be published.