Latest Odisha News

BREAKING NEWS

ଆଜି ହକରମାନଙ୍କୁ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ହକରମାନଙ୍କୁ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତ ନଭେମ୍ବର ୩୦ତାରିଖରେ ରାଜ୍ୟ ସମ୍ବାଦପତ୍ର ହକରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ସାମାଜିକ ସୁରକ୍ଷା ଯୋଜନା ଘୋଷଣା କରିଥିଲେ । ଲୋକସେବା ଭବନ କନଭେନସନ ସେଣ୍ଟରରେ ଏନେଇ ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଭର୍ଚୁଆଲରେ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ କୋଭିଡ଼ ସହାୟତା ବାବଦକୁ ୬ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ । ଏହାସହ ହକରମାନଙ୍କୁ ପରିଚୟ ପତ୍ର ପ୍ରଦାନ କରାଯିବ । ଏବେ ସୁଦ୍ଧା ପ୍ରାୟ ୭ହଜାର ହକରଙ୍କୁ ଚିହ୍ନଟ କରାଯାଇଛି । କୋଭିଡ଼ ସହାୟତା ଟଙ୍କା ସେମାନଙ୍କୁ ଆକାଉଣ୍ଟକୁ ପଠାଯିବ ।

ରାଜ୍ୟର ଅଣସଙ୍ଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ଼ ଅଧୀନରେ ପଞ୍ଜୀକୃତ ହୋଇଥିବା ସମ୍ବାଦପତ୍ର ହକରମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇ ଦିଆଯିବ । ଯାହାଦ୍ୱାରା ଦୁର୍ଘଟଣାଜନିତ ମୃତ୍ୟୁରେ ସେମାନଙ୍କ ପରିବାରକୁ ୨ଲକ୍ଷ ଟଙ୍କା ଓ ପ୍ରାକୃତିକ ମୃତ୍ୟୁରେ ୧ ଲକ୍ଷ ଟଙ୍କା ସହାୟତା ଦିଆଯିବ । ଦୁର୍ଘଟଣାରେ ସମ୍ପୂର୍ଣ୍ଣ ଅକ୍ଷମ ହୋଇଥିବା ହକରମାନଙ୍କୁ ଦେଢ଼ ଲକ୍ଷ ଟଙ୍କା, ଆଶିଂକ ଅକ୍ଷମତା କ୍ଷେତ୍ରରେ ୮୦ହଜାର ଟଙ୍କା ଏବଂ ଗୋଟିଏ ଅଙ୍ଗ ହରାଇଥିବା ବ୍ୟକ୍ତିଙ୍କୁ ୪୦ହଜାର ଟଙ୍କା ସହାୟତା ପ୍ରଦାନ କରାଯିବ ।

Leave A Reply

Your email address will not be published.