Latest Odisha News

BREAKING NEWS

ଆଜି କନ୍ଧମାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି କନ୍ଧମାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ମାର୍ଟ ସ୍ୱାସ୍ଥ୍ୟ ସେବାରେ ଆଜିଠୁ ଯୋଡ଼ିହେବାକୁ ଯାଉଛି କନ୍ଧମାଳ । ଫୁଲବାଣୀ ସ୍ଥିତ କନ୍ଧମାଳ ଷ୍ଟାଡ଼ିୟମରେ ପହଞ୍ଚି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ ହେଲଥ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଦିନ ୧୧ଟାରେ ଫୁଲବାଣୀ ମିନି ଷ୍ଟାଡ଼ିୟମ ହେଲିପ୍ୟାଡ଼ ସେଣ୍ଟରରେ ପହଞ୍ଚିବେ । ଜିଲ୍ଲାର ପ୍ରାୟ ୧ଲକ୍ଷ ୬୭ହଜାର ହିତାଧିକାରୀଙ୍କୁ ସ୍ୱାସ୍ଥ୍ୟ କାର୍ଡ଼ ବଣ୍ଟନ କରାଯିବ । ଏହାସହ ପ୍ରାୟ ୩ଶହ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥାମାନ କରାଯାଇଛି । ପଞ୍ଚାୟତିରାଜ ମନ୍ତ୍ରୀ ତଥା ବିଜେଡ଼ି ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରତାପ ଜେନା ସମସ୍ତ କାର୍ଯ୍ୟର ତଦାରଖ କରିଛନ୍ତି । ସୁରକ୍ଷାକୁ ନଜରରେ ରଖି ୧୩ ପ୍ଲାଟୁନ୍ ପୋଲିସ ଫୋର୍ସ ସହ ଅଫିସର, ଏସଓଜି, ଡ଼ିଭିଏଫ, ସିଆରପିଏଫ୍ ଯବାନ ମୁତୟନ ହୋଇଛନ୍ତି ।

Leave A Reply

Your email address will not be published.