Latest Odisha News

BREAKING NEWS

ଆସନ୍ତାକାଲି ଖୋର୍ଦ୍ଧା ଯିବେ ମୁଖ୍ୟମନ୍ତ୍ରୀ, ଗୁରୁଜଙ୍ଗରେ ଉଦଘାଟନ କରିବେ କୃତ୍ରିମ ଅଙ୍ଗପ୍ରତ୍ୟେଙ୍ଗ ଉତ୍ପାଦନ ଗବେଷଣା କେନ୍ଦ୍ର

ଭୁବନେଶ୍ୱର : ଆସନ୍ତାକାଲି (ବୁଧବାର) ଖୋର୍ଦ୍ଧା ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଅପରାହ୍ନରେ ଜିଲ୍ଲାଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ କରିବେ । ଏହି କ୍ରମରେ ଗୁରୁଜଙ୍ଗରେ କୃତ୍ରିମ ଅଙ୍ଗପ୍ରତ୍ୟେଙ୍ଗ ଉତ୍ପାଦନ ଗବେଷଣା କେନ୍ଦ୍ରକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ ପରେ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଥିବା କୃତ୍ରିମ ଅଙ୍ଗପ୍ରତ୍ୟେଙ୍ଗ ଉତ୍ପାଦନ ଗବେଷଣା କେନ୍ଦ୍ରଠାରେ ଗଢ଼ି ଉଠିଛି ବିଜୁ ମହାବୀର ଜୟପୁର ଫୁଟ ସେଣ୍ଟର । ସୂଚନା ଅନୁସାରେ ରାଜସ୍ଥାନ ଜୟପୁରର ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଦ୍ବାରା ଏଠାରେ କୃତ୍ରିମ ଅଙ୍ଗପ୍ରତ୍ୟେଙ୍ଗ ପ୍ରସ୍ତୁତ ହେବ। ଏଥିସହ ଏସଂପର୍କରେ ଗବେଷଣା ତାଲିମ କେନ୍ଦ୍ର ମଧ୍ୟ ଚାଲିବ ।

ରାଜ୍ୟ ସରକାରଙ୍କ ସହଯୋଗରେ ପ୍ରତିଷ୍ଠା ହୋଇଥିବା ବିଜୁ ମହାବୀର ଜୟପୁର ଫୁଟ ସେଣ୍ଟରକୁ ବୁଧବାର ମୁଖ୍ୟମନ୍ତ୍ରୀ ଉଦଘାଟନ କରିବା ପରେ ଏକ ସାଧାରଣ ସଭାର କାର୍ଯ୍ୟକ୍ରମ ରହିଛି । ଯେଉଁଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବେ। ସେଠାରେ ଦିବ୍ୟାଙ୍ଗଙ୍କୁ ଶ୍ରବଣ ଯନ୍ତ୍ର, ଟ୍ରାଇ ସାଇକେଲ୍, ହୁଇଲ୍ ଚେୟାର ଆଦି ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି । ସେପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତକୁ ନେଇ ଖୋର୍ଦ୍ଧାବାସୀଙ୍କ ସମେତ ଦଳୀୟ କର୍ମୀ ଉତ୍ସାହିତ ହୋଇ ପଡ଼ିଛନ୍ତି । ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ବ୍ୟାପକ ବ୍ୟବସ୍ଥା କରିଛି।

Leave A Reply

Your email address will not be published.