Latest Odisha News

BREAKING NEWS

ସୁଷମା ସ୍ୱରାଜଙ୍କ ବିୟୋଗରେ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତ୍ରୀ ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜଙ୍କର ମଙ୍ଗଳବାର ରାତିରେ ହୃଦଘାତରେ ଦେହାନ୍ତ ଘଟିଛି । ଯାହା ଫଳରେ ରାଜନୀତି ଜଗତରେ ଶୋକର ଛାୟା ଖେଳିଯାଇଛି ।

ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବହୁ ରାଜନେତା ମଧ୍ୟ ଶୋକ ପ୍ରକାଶ କରିଛନ୍ତି ।

ଆହୁରି ମଧ୍ୟ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ ସୁଷମାଙ୍କ ବିୟୋଗରେ ଗଭୀର ଦୁଃଖ ବ୍ୟକ୍ତ କରିବା ସହ ଶୋକସନ୍ତପ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛନ୍ତି । ଏହାବ୍ୟତୀତ ଦିଲ୍ଲୀରେ ୨ ଦିନିଆ ଶୋକଦିବସ ଘୋଷଣା କରିଛନ୍ତି ଦିଲ୍ଲୀ ସରକାର ।

Leave A Reply

Your email address will not be published.