Latest Odisha News

BREAKING NEWS

ଅବଦୁଲ କଲାମଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ ଓ ମୋଦି

ଭୁବନେଶ୍ୱର: ପୂର୍ବତଦ ରାଷ୍ଟ୍ରପତି ତଥା ମିସାଇଲ୍ ମ୍ୟାନ୍ ଏପିଜେ ଅବଦୁଲ୍ କଲାମଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ।

ଏହି ଉପଲକ୍ଷେ ଆଜି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି କଲାମଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

 

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ମିସାଇଲ୍ ମ୍ୟାନ ଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।

ଉଲ୍ଲେଖଯୋଗ୍ୟ, ତାମିଲନାଡୁର ରାମେଶ୍ୱରଠାରେ ୧୯୩୧ ମସିହା ଅକ୍ଟୋବର ୧୫ ତାରିଖରେ ଏକ ଗରିବ ମୁସଲିମ ପରିବାରରେ ଜନ୍ମ ନେଇଥିଲେ କଲାମ । ଗରିବ ପରିବାରର ଏହି ପିଲାଟି ଦିନେ ସାରାଦେଶ ପାଇଁ ଆଦର୍ଶ ଓ ଗୌରବର ଉଦାହରଣ ପାଲଟି ଯିବ ତାହା ହୁଏତ କେହିବ କଳ୍ପନା କରିନଥିବେ । ପିଲାଟିବେଳୁ ସଂଘର୍ଷରେ ଜୀବନ ଅତିବାହିତ କରିଥିବା କଲାମ ପରବର୍ତ୍ତୀ ସମୟରେ ଭାରତୀୟ ବିଜ୍ଞାନ ଜଗତର ମହାନାୟକ ପାଲଟି ଯାଇଥିଲେ ।

Leave A Reply

Your email address will not be published.