Latest Odisha News

ଅଯୋଧ୍ୟା ମାମଲା: ଶାନ୍ତି ଓ ସୌହାର୍ଦ୍ଦ୍ୟ ବଜାୟ ରଖିବା ପାଇଁ ନବୀନ ଓ ମୋଦିଙ୍କ ଆହ୍ୱାନ

ନୂଆଦିଲ୍ଲୀ: ଦେଶର ସମ୍ବେଦନଶୀଳ ତଥା ବହୁ ଚର୍ଚ୍ଚିତ ଅଯୋଧ୍ୟାରେ ରାମଜନ୍ମ ଭୂମି ଓ ବାବ୍ରୀ ମସଜିଦକୁ ନେଇ ବିବାଦୀୟ ଜମି ମାମଲାର ଚୂଡାନ୍ତ ଶୁଣାଣି ଶନିବାର ଦିନ ପ୍ରକାଶ ପାଇବ ।

ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ୫ଜଣିଆ ଖଣ୍ଡପୀଠ ଏହି ମାମଲାର ଚୂଡାନ୍ତ ଶୁଣାଣି ଆଜି ପ୍ରକାଶ କରିବେ । ଦେଶର ଏହି ସମ୍ବେଦନଶୀଳ ପ୍ରସଙ୍ଗରେ ଆଜି ପ୍ରକାଶ ହେବାକୁ ଥିବା ଚୂଡାନ୍ତ ରାୟକୁ ସମଗ୍ର ଦେଶବାସୀ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି ।

ଏହାର ଚୂଡାନ୍ତ ରାୟ ଆସିବା ପରେ ଯେପରି କୌଣସି ପ୍ରକାର ଅପ୍ରିତିକର ପରିସ୍ଥିତି ସୃଷ୍ଟି ନହୁଏ ଏବଂ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ଆହ୍ୱାନ କରିଛନ୍ତି ।

ଏନେଇ ଟ୍ୱିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଏନେଇ ଟ୍ୱିଟ୍ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

Leave A Reply

Your email address will not be published.