Latest Odisha News

BREAKING NEWS

ହସିବ ପଶ୍ଚିମ ଓଡ଼ିଶାର ଚାଷ ଜମି, ଆଜି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ  

ନୂଆପଡ଼ା: ଚାଷ ପାଇଁ ଆଉ ରହିବନି ଜଳ କଷ୍ଟ । ପଡ଼ିଆ ପଡ଼ିବନି ଏକର ଏକର ଚାଷ ଜମି । ପଶ୍ଚିମ ଓଡ଼ିଶାର ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାର ଚାଷ ଜମିକୁ ଜଳସେଚନ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିବେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ । ୬୨୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପ ଦ୍ୱାରା ନୂଆପଡ଼ା ଜିଲ୍ଲା ୧୩ ହଜାର ୧୯୧ ହେକ୍ଟର ଓ ବଲାଙ୍ଗିର ଜିଲ୍ଲାର ହଜାରେ ୬୭୦ ହେକ୍ଟର ଜମି ଜଳସେଚିତ ହେବ ।

ନବୀନ ନୂଆପଡ଼ା ଗସ୍ତ ଅବସରରେ ନୂଆପଡ଼ା ଓ ବଲାଙ୍ଗିରକୁ ୪ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଭେଟି ଦେବେ । ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଲୋକାର୍ପଣ ସହ ସହ ପାନୀୟ ଜଳ, ରାସ୍ତା, ଦକ୍ଷତା ବିକାଶ କେନ୍ଦ୍ର ଭଳି ୭୫୦ କୋଟି ଟଙ୍କାର ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀଙ୍କ ଅଫିସରୁ ମିଳିଥିବା ସୂଚନା ଅନୁଯାୟୀ, ସକାଳ ୧୧ଟା ୧୦ ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ଟିଖାଲି ଡ୍ୟାମ ନିକଟରେ ପହଞ୍ଚିବେ । ସେହିଠାରେ ହିଁ ସେ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପର ଉଦଘାଟନ କରିବେ । ଏହା ପରେ ଖରିଆରର ଆର୍ତ୍ତତ୍ରାଣ ହାଇସ୍କୁଲରେ ଆୟୋଜିତ ବୈଠକରେ ମୁଖ୍ୟମନ୍ତ୍ରୀ ଅଭିଭାଷଣ ପ୍ରଦାନ କରିବେ । ଏଥି ସହିତ ଜିଲ୍ଲାରେ ୪ ହଜାର କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ଉଦଘାଟନ କରିବେ ।

Leave A Reply

Your email address will not be published.