Latest Odisha News

BREAKING NEWS

ବିଜେଡିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା: ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ପ୍ରଚାର କରିବେ ନବୀନ

ବ୍ରଜରାଜନଗର ଉପ-ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ଘୋଷଣା କଲା ବିଜେଡି । ଉପ-ନିର୍ବାଚନ ପ୍ରଚାର ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ବିଜୁ ଜନତା ଦଳ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କରିବେ ଉପ-ନିର୍ବାଚନ ପ୍ରଚାର । ତେବେ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ଅନେକ ବରିଷ୍ଠ ନେତା ଓ ମନ୍ତ୍ରୀଙ୍କ ନାଁ ରହିଛି । ତାଲିକାରେ ପ୍ରଣବ ପ୍ରକାଶ ଦାସ, ଦେବୀ ମିଶ୍ର, ପ୍ରଶନ୍ନ ଆଚାର୍ଯ୍ୟ, ନିରଞ୍ଜନ ପୂଜାରୀ, ଅରୁଣ ସାହୁ, ପ୍ରତାପ ଜେନାଙ୍କ ନାଁ ରହିଛି ।

 

ସେହିପରି ବିଜେପି ଓ କଂଗ୍ରେସ ମଧ୍ୟ ନିଜ ନିଜ ଷ୍ଟାର କ୍ୟାମ୍ପେନରଙ୍କ ନାମ ଘୋଷଣା କରିସାରିଛନ୍ତି । ବିଜେପି ପକ୍ଷରୁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଥିବା ବେଳେ କଂଗ୍ରେସ ମଧ୍ୟ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛନ୍ତି । ଉପନିର୍ବାଚନ ଆସନ ହାତେଇବା ପାଇଁ ସବୁ ଦଳ ନିଜ ନିଜର ରଣନୀତିକୁ ଜୋରଦାର କରିଛନ୍ତି । କେହି କେହି ଘର ଘର ବୁଲି ଭୋଟ ଭିକ୍ଷା କରୁଥିବା ବେଳେ ଆଉ କିଏ ସଭା ସମିତି ଜରିଆରେ ଭୋଟରଙ୍କୁ ନିଜ ଆଡକୁ ଆକୃଷ୍ଟ କରୁଛି ।

ସୂଚନାଯୋଗ୍ୟ ଯେ, ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ମୃତ୍ୟୁ ପରେ ଏଠାରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି । ଏଥିପାଇଁ ୪ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଛି । ମେ ୩୧ରେ ଭୋଟ ଗ୍ରହଣ ହେବ। ଜୁନ ୩ ତାରିଖରେ ଭୋଟ ଗଣତି ହେବ।

Leave A Reply

Your email address will not be published.