Latest Odisha News

BREAKING NEWS

ଟିଟିଲାଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବଲାଙ୍ଗୀର: ବିକାଶ ନକ୍ସାରେ ଯୋଡି ହେବ ବଲାଙ୍ଗୀର ସହର । ବହୁ ସମୟ ଅପେକ୍ଷାର ଅନ୍ତ ହୋଇଛି । ଟିଟିଲାଗଡ଼ରେ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସକାଳ ୧୧ଟାରେ ଟିଟିଲାଗଡ଼ ସଭାସ୍ଥଳରେ ଯୋଗ ଦେଇଛନ୍ତି । ଜିଲ୍ଲାରେ୨୦୮.୨୦କୋଟି ଟଙ୍କାର ପ୍ରକଳ୍ପ ଲୋକାର୍ପଣ କରିବା ସହିତ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି । ଏହା ପରେ ସେଠାରୁ ପାଟଣାଗଡ଼ ଓ ବଲାଙ୍ଗୀର ସଭାରେ ଯୋଗ ଦେବେ । ନବୀନଙ୍କ ଯୋଜନା ତୃଣମୂଳ ସ୍ତରରେ ପହଂଚିବା ପାଇଁ ଜିଲ୍ଲାରେ ୧୧ଜଣ ମନ୍ତ୍ରୀ ଓ ୧୬ଜଣ ପର୍ଯ୍ୟବେକ୍ଷକଙ୍କୁ ଦାୟିତ୍ୱ ଦେଇଛନ୍ତି ନବୀନ ।

୧୧କୋଟି ଟଙ୍କାରେ ନିର୍ମିତ ଅତ୍ୟାଧୁନିକ ବସ ଟର୍ମିନାଲର ଲୋକାର୍ପଣ କରିବେ । ସେହିପରି ଜିଲ୍ଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ହରିଶଙ୍କର-ନୃସିଂହନାଥ ଗନ୍ଧମାର୍ଦ୍ଦନ ପର୍ବତର ଉନ୍ନତିକରଣ ଓ ସୌଦାର୍ଯ୍ୟକରଣ ପାଇଁ ପ୍ୟାକେଜ ଘୋଷଣା ସହ ଶିଳାନ୍ୟାସ କରିବେ । ସେହିପରି ବଲାଙ୍ଗୀର ପୋୖରାଞ୍ଚଳରେ ହେବାକୁ ଥିବା ସ୍ମାର୍ଟ ପାର୍କ, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଏକାଡେମୀଙ୍କ କୋଠା, ଟିଟିଲାଗଡ଼ ଓ ତୁଷୁରା ଠାରେ ସ୍ମାର୍ଟ ପାର୍କ, ବଲାଙ୍ଗୀର ଠାରେ ଆବର୍ଜନା ପରିଚାଳନା ପାଇଁ ଏସଇଟିସି, ଇଡ଼କୋ ଅଂଚଳରେ ହେବାକୁ ଥିବା ବହୁମୁଖୀ ପାର୍କ, ପ୍ଲାନେଟୋରିୟମ, ଜିଲ୍ଲାର ଅନେକ ଗୁଡ଼ାଏ ଜଳାଶୟର ଉନ୍ନତିକରଣ ପ୍ରକଳ୍ପର ଶିଳାନ୍ୟାସ କରିବେ ।

Leave A Reply

Your email address will not be published.