Latest Odisha News

BREAKING NEWS

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହେଲା ଖୋର୍ଦ୍ଧା ଜିଲ୍ଲା

ଖୋର୍ଦ୍ଧା : ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଯୋଡି ହେଲା ଖୋର୍ଦ୍ଧା ଜିଲ୍ଲା । ଖୋର୍ଦ୍ଧା ବେଗୁନିଆଠାରେ ମୁଖ୍ୟମନ୍ତ୍ରୀ ସ୍ମାର୍ଟ ହେଲଥ୍ କାର୍ଡ ବାଣ୍ଟିଛନ୍ତି । ଏହାଦ୍ୱାରା ଖୋର୍ଦ୍ଧାର ପ୍ରାୟ ୧୪ ଲକ୍ଷ ହିତାଧିକାରୀ ସ୍ମାର୍ଟ କାର୍ଡ ପାଇବେ । ଖୋର୍ଦ୍ଧାରେ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୬ ଟି ଜିଲ୍ଲାର ହିତାଧିକାରୀ ଏହି ସ୍ମାର୍ଟ ହେଲଥ କାର୍ଡ ଯୋଜନାରେ ସାମିଲ ହୋଇଛନ୍ତ ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଖୋର୍ଦ୍ଧା ମାଟି ହେଉଛି ପ୍ରଥମ ସ୍ୱାଧୀନତା ସଂଗ୍ରାମର ଭୂମି। ଓଡିଆ ସ୍ୱାଭିମାନ ପାଇଁ ଲଢେଇ କରିଥିବା ବୀର ପାଇକମାନଙ୍କୁ ପ୍ରଣାମ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଆ ଜାତିକୁ ତାର ହକ୍‌ ଦେବା ପାଇଁ ଆମର ଲଢେଇ ଜାରି ରହିବ ।

ମିଶନ ଶକ୍ତିର ମାଆମାନେ ହେଉଛନ୍ତି ନୂଆ ଯୁଗର ସାରଥୀ । ଖୋର୍ଦ୍ଧାର ମିଶନ ଶକ୍ତିର ମାଆମାନେ ଭଲ କାମ କରୁଥିବାରୁ ଖୁସି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ’ ଖୋର୍ଦ୍ଧାରେ ୨୬ ହଜାରରୁ ଅଧିକ ମିଶନ ଶକ୍ତିର ମାଆମାନେ ୪୩୨ କୋଟିରୁ ଅଧିକ ଟଙ୍କା ଋଣ ନେଇ ସାରା ରାଜ୍ୟରେ ରେକର୍ଡ କରିଛନ୍ତି । ସେଥିପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟବାସୀଙ୍କ ଚିକିତ୍ସା ଚିନ୍ତା ଦୂର କରିବା ସହିତ ବିକାଶ କ୍ଷେତ୍ରରେ ସମସ୍ତଙ୍କର ଯୋଗଦାନ ବୃଦ୍ଧି ପାଇବ ।ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ଖୋର୍ଦ୍ଧାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ  ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ପଣ୍ଡା, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା, ବେଗୁନିଆ ବିଧାୟକ ଶ୍ରୀ ରାଜେନ୍ଦ୍ର ସାହୁ ପ୍ରମୁଖ ଯୋଗ ଦେଇଥିଲେ।

Comments are closed.