Latest Odisha News

BREAKING NEWS

୫ଟି ଜିଲ୍ଲାର ବନ୍ୟା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ସୋନପୁର ଏବଂ କଳାହାଣ୍ଡି ଜିଲ୍ଲାର ବନ୍ୟା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି । ସ୍ଥାନୀୟ ଲୋକସେବା ଭବନରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ପରିସ୍ଥିତିର ଗମ୍ଭୀରତା ସମ୍ପର୍କରେ ପଚାରି ବୁଝିଥିଲେ ।

ଏହି ୫ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିବା ସହିତ ରାଜ୍ୟ ସରକାର ସମସ୍ତ ପ୍ରକାର ସାହାଯ୍ୟ ଓ ସହଯୋଗ ତୁରନ୍ତ ଯୋଗାଇଦେବାକୁ ଆଶ୍ୱାସନା ଦେଇଥିଲେ ମୁଖ୍ୟମନ୍ତ୍ରୀ ।

ଆସନ୍ତା ଅଗଷ୍ଟ ୧୫ ତାରିଖ ସକାଳ ସୁଦ୍ଧା ମହାନଦୀରେ ୧୦ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବାର ଆଶଙ୍କା ରହିଛି ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ ଏସଆରସି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ନୟାଗଡ଼ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ପରାମର୍ଶ ପ୍ରଦାନ କରିଛନ୍ତି ।

Leave A Reply

Your email address will not be published.