Latest Odisha News

BREAKING NEWS

ତାରାଚାନ୍ ରଣା ପଢ଼ିବେ ଇଞ୍ଜିନିୟରିଂ, ସ୍ୱପ୍ନ ପୂରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ତାରାଚାନ୍ ରଣାଙ୍କ ଇଞ୍ଜିନିୟରିଂ ପଢ଼ିବା ସ୍ୱପ୍ନ ପୂରଣ ହେଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ସହଯୋଗ । ଅର୍ଥ ଅଭାବରୁ ତାଙ୍କର ଆଡ଼ମିଶନ ପ୍ରକ୍ରିୟାରେ ବାଧା ସୃଷ୍ଟି ହେଉଥିବା ସମ୍ପର୍କରେ ଜାଣିଥିଲେ ମୁଖ୍ୟମନ୍ତ୍ରୀ । ଇଞ୍ଜିନିୟରିଂ ପଢ଼ିବା ପ୍ରତି ତାଙ୍କର ଆଗ୍ରହ ଥିବା ଜାଣିବା ପରେ ୯୬ହାଜର ୫ଶହ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ।

ବଲାଙ୍ଗୀର ଜିଲ୍ଲାର ସିନ୍ଧେକେଲା ଅଞ୍ଚଳର ବଡ଼ପଡ଼ା ଗାଁର ଜଣେ ପ୍ରତିଭାବାନ ଛାତ୍ର ହେଉଛନ୍ତି ତାରାଚାନ୍ ରଣା । ପିତା ଉପସୁ ରଣାଙ୍କ ବାର୍ଷିକ ରୋଜଗାର ମାତ୍ର ୪୫ହଜାର ଟଙ୍କା । ହେଲେ ବି ନିଜର ସ୍ୱପ୍ନ ପୂରଣ କରିବା ପାଇଁ ତାରାଚାନ୍ ଅବିରତ ଉଦ୍ୟମ କରି ଚାଲିଥିଲେ । ଚଳିତ ବର୍ଷ ଇଞ୍ଜିନିୟରିଂ ପାଇଁ ପ୍ରବେଶିକା ପରୀକ୍ଷା ଜେଇଇ ମେନରେ ୯୯.୩୫ ପ୍ରତିଶତ ମାର୍କ ରଖି ଏନଆଇଟି ୱାରାଙ୍ଗଲରେ ପଢ଼ିବା ପାଇଁ କୃତକାର୍ଯ୍ୟ ହୋଇଛନ୍ତି ।

ହେଲେ ଆଡ଼ମିଶନ ପାଇଁ ଅର୍ଥ ସାଜିଥିଲା ମୁଖ୍ୟ ବାଧକ । ବହୁ କଷ୍ଟରେ ଅଳ୍ପ କିଛି ଟଙ୍କା ସଂଗ୍ରହ କରି ଆଡ଼ମିଶନ ପାଇଁ ସ୍ଥାନ ସୁରକ୍ଷିତ ରଖିପାରିଛନ୍ତି । ତାଙ୍କର ବାକି ଅର୍ଥ ପ୍ରଦାନ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ଏହା ଜାଣିବା ପରେ ମୁଖ୍ୟମନ୍ତ୍ରୀ ତୁରନ୍ତ ତାଙ୍କର ଆଡ଼ମିଶନ ପ୍ରକ୍ରିୟା ପୂରଣ କରିବା ପାଇଁ ୯୬,୫୦୦ଟଙ୍କା ମଞ୍ଜୁର କରିଥିଲେ । ଏହାଦ୍ୱାରା ତାଙ୍କର ଆଡ଼ମିଶନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇପାରିବ । ଏହାସହ ଛାତ୍ରଙ୍କୁ ଏହି ସଫଳତା ପାଇଁ ଅଭିନନ୍ଦନ ଜଣାଇବା ସହିତ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି ।

Leave A Reply

Your email address will not be published.