Latest Odisha News

ସୁରୁଖୁରୁରେ ରଥ ଯାତ୍ରା ସମ୍ପନ୍ନ କରିବା ପାଇଁ ଛତିଶା ନିଯୋଗର ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଗାମୀ ରଥଯାତ୍ରାକୁ ଶାନ୍ତିଶୃଙ୍ଖଳା ଓ ସୁରୁଖୁରୁରେ ସମାପନ କରିବା ପାଇଁ ଶ୍ରୀକ୍ଷେତ୍ର ପୁରୀ ଛତିଶା ନିଯୋଗର ସଦସ୍ୟ ମାନଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ରାଜ୍ୟ ଅତିଥି ଭବନ ଠାରେ ଆୟୋଜିତ ବୈଠକରେ ସୁରୁଖୁରୁରେ ରଥ ଯାତ୍ରା ସମ୍ପନ୍ନ କରିବା ପାଇଁ ଛତିଶା ନିଯୋଗର ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଚଳିତ ବର୍ଷ ରଥଯାତ୍ରା ଏକ ବିରଳ ସଂଯୋଗ। ଗୋଟିଏ ଦିନରେ ୩ ଟି ନୀତି ସହ ରଥଯାତ୍ରା କାମ ସମ୍ପନ୍ନ ହେବ । ଏହାକୁ ଶୃଙ୍ଖଳିତ ଭାବେ କରିବା ପାଇଁ ମୁଖ୍ୟମନ୍ତ୍ରୀ ଛତିଶା ନିଯୋଗର ସଦସ୍ୟ ମାନଙ୍କୁ ଅନୁରୋଧ କରିଥିଲେ। ଏହି ବିରଳ ରଥଯାତ୍ରା ମହାପ୍ରଭୁଙ୍କ ଆଶିର୍ବାଦ ଓ ଆପଣ ମାନଙ୍କ ସହଯୋଗରେ ନିଶ୍ଚିତ ରୂପେ ସୁରୁଖୁରୁରେ ସମ୍ପନ୍ନ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଅନ୍ୟପଟେ ଛତିଶା ନିଯୋଗର ସଦସ୍ୟ ମାନେ ପୂର୍ଣ୍ଣ ସହଯୋଗ କରିବେ ବୋଲି ପ୍ରତିଶ୍ରୁତି ଦେବା ସହ ଆମ ସେବକ ମାନଙ୍କ ପ୍ରତି ନୂଆ ସରକାରଙ୍କ ଆତ୍ମୀୟତା ଭାବ ଯୋଗୁ ଆମେ ବହୁତ୍ ଖୁସି ଓ ଆନନ୍ଦିତ ବୋଲି କହିଛନ୍ତି । ସେହିପରି ଶ୍ରୀମନ୍ଦିର ପାଇଁ ୫୦୦ କୋଟି ଟଙ୍କାର କର୍ପସ ଫଣ୍ଡ ବ୍ୟବସ୍ଥା କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ ଛତିଶା ନିଯୋଗର ସଦସ୍ୟମାନେ ।

Comments are closed.