Latest Odisha News

BREAKING NEWS

ଆଜି ବାରିପଦାରେ ୧୧ଟି ଜନହିତକାରୀ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ବାରିପଦା: ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ଏକ ଦିନିକିଆ ମୟୂରଭଞ୍ଜ ଗସ୍ତରେ ଯାଇ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୧ଟି ଜନହିତକାରୀ ପ୍ରକଳ୍ପର ଶୁଭ ଉଦଘାଟନ କରିବା ସହିତ ୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି ।

ସରକାରୀ ସୂତ୍ରରୁ ଜଣାପଡ଼ିଛି, ନବୀନ ତାଙ୍କର ଏହି ଦିନିକିଆ ମୟୁରଭଞ୍ଜ ଗସ୍ତକ୍ରମରେ ବାରିପଦାର ଛଉପଡ଼ିଆରେ ଏକ ଉତ୍ସବରେ ବିଭିନ୍ନ ସରକାରୀ ପ୍ରକଳ୍ପର ଉଦଘାଟନ କରିବା ସହିତ ଶିଳାନ୍ୟାସ କରିବେ ।

ଏହାବ୍ୟତୀତ, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୟୂରଭଞ୍ଜ ଜିଲ୍ଲାର ପ୍ରାୟ ୪୦ ହଜାର ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ମହାସଂଘଗୁଡ଼ିକୁ ସମୁଦାୟ ୪୯ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରିବେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ୨୦,୨୯୫ ମହିଳା ସ୍ୱୟଂସହାୟକ ଗୋଷ୍ଠୀକୁ ୧୫ ହଜାର ଟଙ୍କା ଲେଖାଏଁ ସିଡ୍ ମନି ସହାୟତା ପ୍ରଦାନ କରିବେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡ଼ିଜିଟାଲ୍ ସଶକ୍ତିକରଣ ନିମନ୍ତେ ୩୯୪୧୮ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ୩ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିବେ ।

Leave A Reply

Your email address will not be published.