Latest Odisha News

ଆଜି କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଉଦଘାଟିତ ହେବ ମେଡିକାଲ କଲେଜ

କେନ୍ଦୁଝର : ଆଜି କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଉଦଘାଟିତ ହେବ ଧରଣୀଧର ସରକାରୀ ମେଡିକାଲ୍ କଲେଜ ଓ ହସ୍ପିଟାଲ । ଏଥିସହ ଜିଲ୍ଲାବାସୀଙ୍କୁ ୪ହଜାର ୭ଶହ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ ମୁଖ୍ୟମନ୍ତ୍ରୀ।

ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଗସ୍ତ ଦିନକ ପୂର୍ବରୁ କେନ୍ଦୁଝରର ଧରଣୀଧର ବିଶ୍ୱବିଦ୍ୟାଳୟ ଘୋଷଣା କରି ମୁଖ୍ୟମନ୍ତ୍ରୀ ଜିଲାବାସୀଙ୍କୁ ଉପହାର ଦେଇଛନ୍ତି । ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ଘୋଷଣା କରିଥିବା ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ଟୁଇଟ୍‌ କରି ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ଘୋଷଣା କରିଥିବାରୁ ଜିଲ୍ଲାବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଛି ।

ତେବେ ରାଜ୍ୟ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟ ସହ ଜଡିଥିବା କେନ୍ଦୁଝରକୁ ପୃଥକ କରାଯାଇ କେନ୍ଦୁଝରରେ ନୂତନ ଭାବେ ଧରଣୀଧର ବିଶ୍ୱବିଦ୍ୟାଳୟ ଗଠନ କରାଯିବା ନେଇ ଘୋଷଣା କରାଯିବା ସହ ଏହା ଓଡିଶା ଗେଜେଟରେ ବିଜ୍ଞପ୍ତି ପ୍ରକାଶ ପାଇବା ଦିନଠାରୁ କାର୍ଯ୍ୟକାରୀ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପତ୍ରରେ ଉଲ୍ଲେଖ କରାଯାଇଛି।

ପୂର୍ବରୁ ପୂର୍ବତନ ମନ୍ତ୍ରୀ ତଥା ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ନେତୃତ୍ୱରେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ, ପାଟଣା ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଜଗନ୍ନାଥ ନାଏକ ଓ ଚମ୍ପୁଆ ବିଧାୟିକା ମିନାକ୍ଷୀ ମହାନ୍ତ ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ଘୋଷଣା ସହ ଜିଲାର ୪୭ଟି ମହାବିଦ୍ୟାଳୟର ସ୍ନାତ୍ତକ ବିଭାଗକୁ ଏହି ବିଶ୍ୱବିଦ୍ୟାଳୟ ଅଧିନରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ । ଏନେଇ ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟ ବିଶ୍ୱବିଦ୍ୟାଳୟ ଘୋଷଣା ହେବା ନେଇ ବେଶ୍‌ ଖୁସି ଥିବା କହିଛନ୍ତି ।

 

Leave A Reply

Your email address will not be published.