ଭୁବନେଶ୍ୱର: ଆଜି ପୁଣି ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ଦିନ ୧୧ ଟାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ।
ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥିପାଇଁ ଆଗ୍ରହୀ ଜନସାଧାରଣ ସେହି ଦିନ ସକାଳ ୮ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପଞ୍ଜିକରଣ କରିପାରିବେ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି।
Comments are closed.