Latest Odisha News

BREAKING NEWS

ଆସନ୍ତାକାଲି କୋଟିଆରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ବିକାଶ ପଥରେ ସୀମାନ୍ତ କୋଟିଆ । ଆଜି ଅନେକ ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଟିଆର ୧୦ ଶଯ୍ୟା ବିଶିଷ୍ଟ ହସପିଟାଲ, ସବ ସେଣ୍ଟର, ଅଫିସର କ୍ଲଷ୍ଟର ଗୃହ, ସ୍ବାସ୍ଥ୍ୟ ବିଭାଗ କର୍ମଚାରୀଙ୍କ ପାଇଁ ସରକାରୀ ବାସ ଗୃହ, ମାଡକର ଗାଁକୁ ରାସ୍ତା, ସରକାରୀ ଆଶ୍ରମ ହାଇସ୍କୁଲର ଅତିରିକ୍ତ ଶ୍ରେଣୀଗୃହର ଶୁଭ ଉଦଘାଟନ କରାଯିବ ।

ଏହି ସବୁ ପ୍ରକଳ୍ପର ଉଦଘାଟନ ପରେ ମୁଖ୍ୟମନ୍ତ୍ରୀ କୋଟିଆର ବିକାଶ ମୂଳକ କାର୍ଯ୍ୟକ୍ରମର ସମୀକ୍ଷା କରିବେ । ଭିଡିଓ କନଫରେନ୍ସିଂ ଜରିଆରେ ପଞ୍ଚାୟତିରାଜ ପ୍ରତିନିଧି, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ଲୋକ ପ୍ରତିନିଧିଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । କୋଟିଆର ବିକାଶ ପାଇଁ ୧୫୦ କୋଟି ଟଙ୍କା ଘୋଷଣା କରିସାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.