ଭୁବନେଶ୍ୱର: ଅନୁସୂଚିତ ଜନଜାତି ତାଲିକାରେ ରାଜ୍ୟର ୧୬୦ରୁ ଅଧିକ ଜନଜାତିଙ୍କୁ ସାମିଲ କରାଯିବାକୁ ନେଇ ମୁଖ୍ୟମନ୍ତ୍ରୀ କେନ୍ଦ୍ରକୁ ଚିଠି ଲେଖିଛନ୍ତି । ବହୁଦିନ ଧରି ରାଜ୍ୟ ପକ୍ଷରୁ ଏଭଳି ପ୍ରସ୍ତାବକୁ କାର୍ଯ୍ୟକାରୀ କରାଯିବା ପାଇଁ ଚିଠିରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ବାରମ୍ବାର କେନ୍ଦ୍ର ସରକାରଙ୍କୁ ରାଜ୍ୟ ସରକାର ଅବଗତ କରିଥିବା ସେ ଲେଖିଛନ୍ତି ।
CM @Naveen_Odisha has written to Union Min, @TribalAffairsIn @MundaArjun to include 160 left out communities of #Odisha in ST list citing that they have been deprived of benefits. CM said, by expediting the process, their much needed recognition & social justice can be ensured. pic.twitter.com/eTbQayI0aw
— CMO Odisha (@CMO_Odisha) September 17, 2022
କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କୁ ଚିଠି ଲେଖି ରାଜ୍ୟର ପ୍ରସ୍ତାବ ଉପରେ ବିଚାର କରିବାକୁ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି । ୧୯୭୮ରୁ ରାଜ୍ୟ ସରକାର ଏହା ଭିତରେ ୧୬୦ ଜନଜାତିଙ୍କୁ ତାଲିକାଭୁକ୍ତ କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି । ଏହିସବୁ ପ୍ରସ୍ତାବ ଅନୁସୂଚିତ ଜନଜାତି ଉପଦେଷ୍ଟା ପରିଷଦର ଅନୁମୋଦନ ପରେ କେନ୍ଦ୍ରକୁ ପଠାଯାଇଛି ।
କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ଏକ ଟାସ୍କଫୋର୍ସ ରାଜ୍ୟର ୯ଟି ପ୍ରସ୍ତାବକୁ ଅଗ୍ରାଧିକାର ଭିତ୍ତିରେ ଅନୁସୂଚିତ ଜନଜାତି ତାଲିକାଭୁକ୍ତ କରିବାକୁ ପ୍ରସ୍ତାବ ଦେଇଥିଲେ । କିନ୍ତୁ ସେହିସବୁ ଜନଜାତି ଏପର୍ଯ୍ୟନ୍ତ ତାଲିକାଭୁକ୍ତ ହୋଇନଥିବାରୁ ଏନେଇ ଉଦବେଗ ପ୍ରକାଶ କରି ଚିଠି ଲେଖିଛନ୍ତି
ଦୀର୍ଘ ଦିନରୁ ରାଜ୍ୟ ସରକାର ଏହି ଦାବି କରିଆସୁଥିଲେ ମଧ୍ୟ ଜନଜାତି ଲୋକମାନେ ତାଲିକାଭୁକ୍ତ ହୋଇପାରୁନଥିବାରୁ ସେମାନଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସୁବିଧା ସୁଯୋଗ ମିଳିପାରୁନାହିଁ । ସେମାନଙ୍କୁ ତାଲିକାଭୁକ୍ତ କରାଗଲେ ସେମାନେ ସମସ୍ତ ସୁବିଧାସୁଯୋଗ ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ଚିଠିରେ ଦର୍ଶାଇଛନ୍ତି ।
Comments are closed.