Latest Odisha News

BREAKING NEWS

ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି । ସେ ଟ୍ୱିଟ କରି ସ୍ୱର୍ଗତ ଦତ୍ତଙ୍କ ଶୋକ ସନ୍ତପ୍ତ ପରିବାରବର୍ଗକୁ ତାଙ୍କର ଗଭୀର ସମବେଦନା ଜଣାଇଛନ୍ତି । ଏଥି ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।

ବିଧାୟକ ମଦନମୋହନ ଦତ୍ତଙ୍କ ଆଜି ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ହୃଦଘାତରେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା । ସେ ଗତ ସାଧାରଣ ନିର୍ବାଚନରେ ବିଜେପି ପକ୍ଷରୁ ପ୍ରତିଦ୍ୱନ୍ଦିତ କରି ବିଜେଡି ପ୍ରାର୍ଥୀ ଜୀବନ ପ୍ରଦୀପ ପରାସ୍ତ କରିଥିଲେ ।

Leave A Reply

Your email address will not be published.