Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ପରିସ୍ଥିତି ସମୀକ୍ଷା: ବନ୍ୟା ମୁକାବିଲା ଲାଗି ସଜାଗ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : ଆଜି ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ସମୀକ୍ଷା କରିଛନ୍ତି । ମହାନଦୀ ଅବବାହିକାରେ ବର୍ଷା ଯୋଗୁଁ ମଧ୍ୟମ ଧରଣର ବନ୍ୟା ଆସିବାର ସମ୍ଭାବନା ଥିବାରୁ ସମସ୍ତ ସମ୍ପୃକ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନ ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

କୌଣସି ଜରୁରୀ ପରିସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ରହିବା ସହିତ ଲୋକଙ୍କୁ ତୁରନ୍ତ ରିଲିଫ ସାମଗ୍ରୀ ଯୋଗାଇ ଦେବାକୁ ସେ ପରାମର୍ଶ ଦେଇଛନ୍ତି । ଜିଲ୍ଲା ପ୍ରଶାସନକୁ ଉଦ୍ଧାର କାର୍ଯ୍ୟ ଓ ରିଲିଫ ଯୋଗାଣ ପାଇଁ ଓଡ୍ରାଫ ଓ ଅଗ୍ନିଶମ ବିଭାଗ ସହାୟତା ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ବୈଠକରେ ସୂଚନା ଦିଆଯାଇଥିଲା ଯେ ମାଲକାନଗିରିରେ ବିଚ୍ଛିନ୍ନ ହୋଇଥିବା ଯୋଗାଯୋଗ ବ୍ୟବସ୍ଥାକୁ ପୁନଃସ୍ଥାପିତ କରାଯାଇଛି । କଳାହାଣ୍ଡି ଜିଲ୍ଲା ଏବଂ କଟକ-ଭୁବନେଶ୍ୱର ଓ ପୁରୀ ଏବଂ ସମ୍ବଲପୁରରେ ପରିସ୍ଥିତି ବର୍ତ୍ତମାନ ସ୍ୱାଭାବିକ ରହିଛି । କଳାହାଣ୍ଡି ଜିଲ୍ଲା ଏବଂ କଟକ-ଭୁବନେଶ୍ୱର ଓ ପୁରୀରେ ପରିସ୍ଥିତି ବର୍ତ୍ତମାନ ସ୍ୱାଭାବିକ ରହିଛି । ସମ୍ବଲପୁରରେ ପରିସ୍ଥିତିରେ ଉନ୍ନତି ଆସିଛି ଏବଂ ଲୋକମାନଙ୍କୁ ରନ୍ଧା ଖାଦ୍ୟ ଦିଆଯାଉଛି ।

ମହାନଦୀରେ ମୁଣ୍ଡଳୀଠାରେ ଆଜି ମଧ୍ୟାହ୍ନ ସୁଦ୍ଧା ୮ ଲକ୍ଷ କ୍ୟୁସେକ ବନ୍ୟାଜଳ ପ୍ରଭାବିତ ହେବ । ରାଜ୍ୟର କଟକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଆଦି ୬ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଯେ କୌଣସି ପରିସ୍ଥ୍ିତି ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ବୈତରଣୀରେ ମଧ୍ୟ ବନ୍ୟାର ସମ୍ଭାବନା ରହିଛି । କେନ୍ଦୁଝର, ଯାଜପୁର ଓ ଭଦ୍ରକ ଜିଲ୍ଲାର ପ୍ରଶାସନକୁ ପ୍ରସ୍ତୁତ ରହିବାକୁ ବୈଠକରେ ପରାମର୍ଶ ଦିଆଯାଇଛି ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ୱତନ୍ତ୍ର ରିଲିଫ କମିଶନର, ବିଭିନ୍ନ ସମ୍ପୃକ୍ତ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଯୋଗ ଦେଇଥିଲେ । ପାଣିପାଗ ବିଭାଗର ନିର୍ଦ୍ଦେଶକ ମଧ୍ୟ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.