Latest Odisha News

BREAKING NEWS

ବାତ୍ୟା ପରବର୍ତ୍ତୀ ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ୱର: ଭୟଙ୍କର ବାତ୍ୟା ଫନି ପ୍ରଳୟ ରଚିବା ପରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆକାଶମାର୍ଗରୁ ସ୍ଥିତି ନିରୀକ୍ଷଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ବିମାନ ଯୋଗେ ଭୁବନେଶ୍ୱର, ଖୋର୍ଦ୍ଧା ଏବଂ ପୁରୀର ବାତ୍ୟା ପ୍ରଭାବିତ ଅଞ୍ଚଳକୁ ଆକାଶମାର୍ଗରୁ ଅନୁଧ୍ୟାନ କରିଛନ୍ତି ।

ବାତ୍ୟା ପରିସ୍ଥିତି ପରଖିବାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାରକାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇଛି । ପୁନରୁଦ୍ଧାର କାର୍ଯ୍ୟ ମଧ୍ୟ ଜୋରସାର୍ ଚାଲିଛି । ଆସନ୍ତା ୧୫ ଦିନ ପର୍ଯ୍ୟନ୍ତ ବାତ୍ୟା ପ୍ରଭାବିତ ଅଞ୍ଚଳ ଗୁଡ଼ିକରେ ରନ୍ଧାଖାଦ୍ୟ ମାଗଣାରେ ଜନସାଧାରଣଙ୍କୁ ଯୋଗାଇ ଦିଆଯିବାର ବ୍ୟବସ୍ଥା କରାଯାଇଛି ।

ବିଦ୍ୟୁତ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମ ଆଗରେ ସୂଚନାଦେଇ ପ୍ରକାଶ କରିଛନ୍ତି ଯେ, ଖୁବ୍ ଶିଘ୍ର ବିଦ୍ୟୁତ ସରବରାହ ତଥା ଯୋଗାଯୋଗ ବ୍ୟବସ୍ଥାର ସମାଧାନ ହୋଇଯିବ ।ଏହି ବାତ୍ୟାରେ ପୁରୀ ଓ ଖୋର୍ଦ୍ଧା ଜିଲ୍ଲା ବ୍ୟତୀତ ଭଦ୍ରକ, ବାଲେଶ୍ୱର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଏବଂ ନୟାଗଡ଼ ଜିଲ୍ଲାର କିଛି ଅଞ୍ଚଳ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି । ଏହି ସମସ୍ତ ପ୍ରଭାବିତ ଜିଲ୍ଲାମାନଙ୍କରେ ଉଦ୍ଧାର କାର୍ଯ୍ୟ ସହିତ ପୁନରୁଦ୍ଧାର କାର୍ଯ୍ୟ ଯୁଦ୍ଧ କାଳୀନ ଭିତ୍ତିରେ ତ୍ୱରାନ୍ୱିତ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

Leave A Reply

Your email address will not be published.