Latest Odisha News

BREAKING NEWS

ପିପିଲି ଉପନିର୍ବାଚନ ପାଇଁ ଲାଗୁ ହେଲା ଆଦର୍ଶ ଆଚରଣ ବିଧି

ଭୁବନେଶ୍ବର : କୋଭିଡ୍‌ ଯୋଗୁଁ ସ୍ଥଗିତ ଥିବା ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି । ବିଭିନ୍ନ ରାଜନୈତିକ ଦଳ, ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ପରାମର୍ଶ କ୍ରମେ ନିର୍ବାଚନ ଆୟୋଗ ପିପିଲି ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି କରିଛନ୍ତି ।

ଏଥି ସହିତ ସେପ୍ଟେମ୍ବର ୪ରୁ ନିର୍ବାଚନ ପ୍ରକ୍ରିୟା ଶେଷ ହେବା ପର୍ଯ୍ୟନ୍ତ ଆଦର୍ଶ ଆଚରଣବିଧି ଲାଗୁ ହୋଇଛି । ସମସ୍ତ ରାଜନୈତିକ ଦଳ, ନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀ ଓ ସମଗ୍ର ପୁରୀ ଜିଲ୍ଲାରେ ଆଦର୍ଶ ଆଚରଣବିଧି ଲାଗୁ ହୋଇଛି । ସେପ୍ଟେମ୍ବର ୩୦ ତାରିଖରେ ଭୋଟ ଗ୍ରହଣ କରାଯିବ । ସେହିପରି ଅକ୍ଟୋବର ୩ ତାରିଖ ସକାଳ ୭ଟାରୁ ପ୍ରକ୍ରିୟା ଶେଷ ପର୍ଯ୍ୟନ୍ତ ଭୋଟ ଗଣତି ହୋଇ ସେପ୍ଟେମ୍ବର ୫ରେ ନିର୍ବାଚନ ପ୍ରକ୍ରିୟା ଶେଷ ହେବ । ଉପନିର୍ବାଚନରେ କୋଭିଡ୍‌ ଗାଡଇଲାଇନକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.