ଭୁବନେଶ୍ୱର : ରାଜ୍ୟରେ ଶୀତ ଲହରୀ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ସୋମବାର ଦିନ ଦାରିଙ୍ଗବାଡିରେ ସର୍ବନିମ୍ନ ତାପମାତ୍ରା ୨.୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।
ଏଥିସହିତ ଆହୁରି ଦୁଇ ଦିନ ଯାଏଁ ରାଜ୍ୟରେ ଶୀତ ଲହରୀ ଜାରି ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।
କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ିର ସର୍ବନିମ୍ନ ତାପମାତ୍ରା ୨.୮ ଡିଗ୍ରୀ ରହିଥିବା ବେଳେ ଫୁଲବାଣୀରେ ଆଜି ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି କିଛି ଅଞ୍ଚଳରେ ତୁଷାରପାତ ହୋଇଥିବା ନେଇ ମଧ୍ୟ ଦେଖିବାକୁ ମିଳିଛି ।
କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୪.୮ ଡିଗ୍ରୀ ସେଲସିୟସ ଦେଖିବାକୁ ମିଳିଥିଲା ବେଳେ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ରବିବାର ଦିନ ୯.୫ ଡିଗ୍ରୀ ସେଲସିୟସରେ ପହଞ୍ଚିଛି ।
Comments are closed.