Latest Odisha News

BREAKING NEWS

୪ ଦିନ ପରେ ପୁଣି ଫେରିବ ଶୀତ

ଭୁବନେଶ୍ୱର : ଗତ ୨୪ ଘଣ୍ଟାରେ ରାଜ୍ୟରେ ରାତି ତାପମାତ୍ରା ବୃଦ୍ଧି ପାଇଛି। ପ୍ରାୟ ସମସ୍ତ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ଅଧିକ ରହିଛି । ଭୁବନେଶ୍ବରରେ ସର୍ବନିମ୍ନ ତାପମାତ୍ରା ଏବେ ୨୨ ଡିଗ୍ରି ରହିଛି, ଯାହାକି ସ୍ବାଭାବିକଠାରୁ ୨ରୁ ୩ଡିଗ୍ରି ପର୍ଯ୍ୟନ୍ତ ଅଧିକ। ରାଜ୍ୟକୁ ବର୍ତ୍ତମାନ ପୂର୍ବ ଦିଗରୁ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବାହିତ ହେଉଛି ।

ଏହା ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ରାଜ୍ୟରେ ଏବେ ପାରଦସ୍ତର ଖସିବାର ସମ୍ଭାବନା ନାହିଁ । ୪ ଦିନ ପରେ ବର୍ଷା କମି‌ଲେ, ଶୀତ ପ୍ରବେଶ କରିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଆସନ୍ତା ୩ରୁ ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଓ ୨୨ ତାରିଖ ଦିନ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ । ଏହାସହ ୨୩ ତାରିଖ ଦିନ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଆଦି ଅଞ୍ଚଳରେ ବର୍ଷା ହେବ ।

୨୪ ତାରିଖ ଦିନ ବିଶେଷ ଭାବେ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି କିଛି ଅଞ୍ଚଳରେ ବର୍ଷିବା ସହ ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ବି‌ଶେଷ ବର୍ଷାର ସମ୍ଭାବନା ରହିଛି ।

Leave A Reply

Your email address will not be published.